ହଳଧର ସାହିତ୍ୟ ଅସ୍ମିତାର ଆବାହନ

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟସ୍ତରୀୟ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଓସାକା, ହାଇଦ୍ରାବାଦ ଆୟୋଜନ ଏବଂ କୋଶଳ ଛାତ୍ର ସଙ୍ଗଠନ ଓ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ସହଯୋଗରେ ସ୍ଥାନୀୟ ଏକ ହୋଟେଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ସମେତ କୋଶଲାଞ୍ଚଳର ବିଭିନ୍ନ ପ୍ରାନ୍ତରୁ କବି, ସାହିତି୍ୟକ, ଲେଖକମାନେ ଯୋଗଦାନ କରିଥିଲେ। ପ୍ରାରମ୍ଭରେ କବି ହଳଧର ନାଗଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୁଭେଛା ଜ୍ଞାପନ କରାଯାଇଥିଲା। ପରେ କବି ନାଗଙ୍କ ଉପସ୍ଥିତି ଏବଂ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ପଦ୍ମନାଭ ପଧାନଙ୍କ ପରିଚାଳନାରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ଡଃ . ଦ୍ବାରିକାନାଥ ନାୟକ, ଉତ୍ପନ୍ନ ଭୋଇ, ସୁଶାନ୍ତ ମିଶ୍ର ଓ ଅଶୋକ ପୂଜାହାରୀ ଯୋଗଦାନ କରିଥିଲେ। ‘ହଳଧର ସାହିତ୍ୟ ଆର୍‌ ଜୀବନୀ କୋଶଲାଞ୍ଚଲର ଭାଷା, ସାହିତ୍ୟ ସାଙ୍ଗେ ଆମର ମାଟିର ଅସ୍ମିତା ଲାଗି ଉଲଗୁଲାନ’ ଶୀର୍ଷକରେ ଆଲୋଚନା କରାଯାଇଥିଲା। ଦ୍ୱିତୀୟ ଅଧିବେଶନରେ ଗୋରେଖ ନାଥ ସାହୁ, ଡ. ସୁବାସ ମେହେର, ଡ. ଲୋହିତାକ୍ଷ ଯୋଶୀ, ଲାଲଚନ୍ଦ ବଗର୍ତ୍ତି ଓ ଶିବପ୍ରସାଦ ସା ଯୋଗଦାନ କରି ସମ୍ବଲପୁରୀ କୋଶଲି ଭାଷାରେ ପ୍ରାଥମିକ ସ୍ତରରେ ଶିକ୍ଷାଦାନ ଆବଶ୍ୟକତା ଶୀର୍ଷକରେ ଆଲୋଚନା କରିଥିଲେ। ସେହିପରି ହଳଧରଙ୍କ ସ୍ବାଭିମାନକୁ ଅନୁକରଣ କରିବା ସହିତ ସାଙ୍ଗଠନିକ ଆବଶ୍ୟକତା ସଂକ୍ରାନ୍ତରେ ଅନୁଷ୍ଠିତ ତୃତୀୟ ଅଧିବେଶନରେ ଅଧ୍ୟାପକ ସୁଶାନ୍ତ ମିଶ୍ର, ଅଶୋକ କୁମାର ପୂଜାହାରୀ ଓ ରାଜମଣି ସାହୁ ଯୋଗଦାନ କରିଥିଲେ। ଅଧ୍ୟାପକ ମୋହନ ସାହୁ, ଡ. ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ, ସଂଯୋଜକ ପ୍ରଶାନ୍ତ ମାଝୀ ଓ ଅଧ୍ୟାପକ ସନ୍ତୋଷ ସିଂ ଠାକୁର ଆଲୋଚନାଚକ୍ର ସଞ୍ଚାଳନ କରିଥିଲେ। ଅପରାହ୍ନ ଅଧିବେଶନରେ ଅନୁଷ୍ଠିତ କବିତା ପାଠୋତ୍ସବରେ ବିପ୍ଳବୀ କବି ନୀତିଶ ଆଚାର୍ଯ୍ୟ, ଦେବେନ୍ଦ୍ର ସାହୁ, ହରିଲାଲ ସାହୁ ମଞ୍ଚାସୀନ ଥିଲେ। ବହୁ କବି ସ୍ବରଚିତ କବିତା ପାଠ କରିଥିଲେ। ସାରେ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହଳଧର ସାଂସ୍କୃତିକ ସାରେ ବିଭିନ୍ନ ଲୋକନୃତ୍ୟ, ଲୋକଗୀତ ସମେତ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ପଦ୍ମନାଭ ପଧାନ, ପ୍ରଶାନ୍ତ ମାଝୀ, ସୁନିଲ ପୁରୋହିତ, ପାଣ୍ଡବ କର୍ଣ୍ଣ, ଅଜିତ ପତି, ଦୀପକ ଦାଶ, ଆକାଶ ପଣ୍ଡା, ଦୀପକ ରଥ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri