ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି। ଏହି ଘଟଣାକୁ ନେଇ ଗତ ୨୦୨୩ରେ ବୁର୍ଲା ଥାନାରେ କେସ ନମ୍ବର ୯୬/୨୦୨୩ରେ ଦଫା ୩୦୬ର ରୁଜୁ ମାମଲାରେ ପ୍ରୀତିମାନଙ୍କୁ ଗିରଫ କରି ପୋଲିସ କୋର୍ଟଚାଲାଣ କରିଛି।

ସୂଚନାଯୋଗ୍ୟ ଯେ, ଗତ ୨୦୨୩ ଫେବୃଆରୀ ୨୮ ତାରିଖ ଭିସୁଟ୍‌ରେ ସମାବର୍ତ୍ତନ ଉତ୍ସବ ଉପକକ୍ଷେ ଜାରି ରହିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ସମୟରେ ରାତି ପ୍ରାୟ ପାଖାପାଖି ୯ଟା ସମୟରେ ଚିନ୍ମୟୀ ପାୱାର କେନାଲକୁ ଡେଇଁ ଆତ୍ମହତ୍ୟା କରିଥିଲେ । ସେ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନଙ୍କ ସହ ବୁର୍ଲା ପାୱାର ଚେନାଲ ବ୍ରିଜକୁ ବୁଲିବାକୁ ଯାଇଥିଲେ। ଏହି ସମୟରେ କୌଣସି କଥାରେ ବ୍ୟଥିତ ହୋଇ ସେ ଆତ୍ମହତ୍ୟା କରିଥିଲେ ବୋଲି ଚର୍ଚ୍ଚା ହୋଇଥିଲା । ସେହିପରି ମୃତା ଚିନ୍ମୟୀଙ୍କ ମାତା ମଧ୍ୟ ତାଙ୍କ ଆତ୍ମହତ୍ୟା ପାଇଁ ପ୍ରୀତିମାନଙ୍କୁ ଦାୟୀ କରିଥିଲେ । ତେବେ ଏହି ଘଟଣାକୁ ନେଇ ପୋଲିସ ପକ୍ଷରୁ ଦିଆଯାଇଥିବା ରିପୋର୍ଟରେ ପରିବାର ଲୋକ ଅସନ୍ତୋଷ ପ୍ରକାଶ କରି ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଫଳରେ ହାଇକୋର୍ଟ ଏହି ଘଟଣାର ପୁନଃତଦନ୍ତ ପାଇଁ ସମ୍ବଲପୁର ଆରକ୍ଷୀ ଅଧିକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାସହ ଏହି ମାମଲାର ତଦନ୍ତ ଦୁଇମାସ ମଧ୍ୟରେ ଶେଷ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଏହି ମାମଲାର ପୁନଃ ଖୋଳତା ଆରମ୍ଭ ହୋଇ କେନ୍ଦ୍ରୀୟ ଫରେନସିକ ଲାବରୋଟାରୀ(ଏସଏଫଏସଏଲ) ପକ୍ଷରୁ ଗତ ଫେବୃଆରୀରେ ମୃତା ଭିସୁଟ ଛାତ୍ରୀ ଚିନ୍ମୟୀଙ୍କ ପୁରୁଷ ବନ୍ଧୁ ପୀତିମାନଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇଥିଲା । ଏସଏଫଏସଏଲ ପକ୍ଷରୁ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟକୁ ଏକ ବନ୍ଦ ଲିଫାପାରେ ସମ୍ବଲପୁର ପୋଲିସକୁ ହସ୍ତାନ୍ତର କରାଯାଇଥିଲା । ସେହି ଅନୁସାର ପୋଲିସ ତଦନ୍ତ ଆରମ୍ଭ କରିଥିଲା । ଏହାକୁ ନେଇ ପଚାର ଉଚରା ପାଇଁ ବୁର୍ଲା ପୋଲିସ ପକ୍ଷରୁ ପ୍ରୀତିମାନଙ୍କୁ ବୁର୍ଲାକୁ ଡକାଯାଇଥିଲା । ସେ ଭୁବନେଶ୍ୱରରୁ ଆସି ସୋମବାର ବୁର୍ଲା ଥାନାରେ ପହଞ୍ଚତ୍ଲା ପରେ ପୋଲିସ ପଚାରଉଚରା କରି ବିଭିନ୍ନ ତଥ୍ୟ ପ୍ରମାଣ ଆଧାରରେ ପୀତିମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri