ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଅଭିଯୁକ୍ତ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଏବେ ଯୁବତୀ ଜଣକ ୮ମାସର ଗର୍ଭବତୀ ଥିବା ବେଳେ ଏ ନେଇ ପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମାତ୍ର ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ପୀଡ଼ିତା ଅଭିଯୋଗ କରିଛନ୍ତି। ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ଅଭିଯୋଗ ମୁତାବକ, ଯୁବତୀ ଜଣକ ଭୁବନେଶ୍ୱରର ଏକ କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କମର୍ସରେ ପଢୁଥିବା ବେଳେ ପାଟଣା ବ୍ଲକ୍‌ ସରସକୋଲା ଗ୍ରାମର ରାଜେଶ ପଇଦାଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ି ଉଠଥିଲା। ପରେ ରାଜେଶ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ଯୁବତୀ ୮ ମାସର ଗର୍ଭବତୀ ହେବା ପରେ ପରିବାର ଲୋକେ ଜାଣି ଯୁବକଙ୍କ ସହ ବିବାହ କରାଇବାକୁ ତାଙ୍କ ପରିବାର ସହ ଯୋଗାଯୋଗ କରିଥିଲେ। ମାତ୍ର ଯୁବକ ଜଣକ ଯୁବତୀଙ୍କ ପରିବାର ନୀଚଜାତିର କହି ବିବାହ କରିବାକୁ ମନା କରିଦେଇଥିଲେ। ପୀଡ଼ିତାଙ୍କ ବାପା ଗତ ୧୯ ତାରିଖରେ ଏ ନେଇ ପାଟଣା ଥାନାରେ ଏତଲା ଦେଇଥିଲେ। ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ୨୩ ତାରିଖରେ ପରିବାର ଲୋକେ ଯୁବତୀଙ୍କୁ ଧରି କେନ୍ଦୁଝର ଆରକ୍ଷୀ ଅଧୀକ୍ଷକ ନୀତିନ କୁଶଲକର ଦାଗୁଡୁଙ୍କୁ ଭେଟିଥିଲେ। ରବିବାର ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଯୁବତୀଙ୍କ ଡାକ୍ତରୀ ପରୀକ୍ଷା ସହ ଅଲଟ୍ରା ସାଉଣ୍ଡ୍‌ କରିଛି। ପୋଲିସ ଅଭିଯୁକ୍ତଙ୍କୁ ଖୋଜୁ ନ ଥିବା ଓ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନରେ ସହାୟତା କରୁ ନ ଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼ କହିଛନ୍ତି, ଥାନାରେ ଏକ ମାମଲା(ନଂ.୫୩/୨୫) ରୁଜୁ ହୋଇଛି। ଘଟଣା ପ୍ରଘଟ ହେବା ପରେ ଅଭିଯୁକ୍ତ ହାଇଦ୍ରାବାଦ ଚାଲିଯାଇଥିବା ଜଣାପଡ଼ିଛି। ପୀଡ଼ିତାଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ପୋଲିସ ପ୍ରସ୍ତୁତ ଅଛି। ଏକ ଟିମ୍‌ ଏହା ଉପରେ କାର୍ଯ୍ୟ କରୁଛି ବୋଲି ମହାକୁଡ଼ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri