ଆଜିଠୁ ଝଡ଼ବର୍ଷା: ଏହି ୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧ା୪: ଆସନ୍ତା କିଛିଦିନ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହିପରି ଏପ୍ରିଲରୁ ଜୁନ୍‌ ମଧ୍ୟରେ ପୂର୍ବଭାରତ, ଉତ୍ତର-ପଶ୍ଚିମ ଭାରତ ସହ ଅନ୍ୟାନ୍ୟ ସ୍ଥାନରେ ସ୍ବାଭାବିକଠାରୁ ଅଧିକ ତାପମାତ୍ରା ଅନୁଭୂତ ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଉତ୍ତର-ପଶ୍ଚିମ ଭାରତରେ ସର୍ବୋଚ୍ଚ ତାପମାତ୍ରା ଏପ୍ରିଲ ୨ ସୁଦ୍ଧା ୩ରୁ ୫ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ, ଯାହା ଫଳରେ ଗ୍ରୀଷ୍ମପ୍ରବାହ ଆହୁରି ତୀବ୍ର ହେବ। ମାତ୍ର ଆସନ୍ତା ୪ରୁ ୫ ଦିନ ମଧ୍ୟରେ ମହାରାଷ୍ଟ୍ର, କର୍ନାଟକ, ମଧ୍ୟପ୍ରଦେଶ, ଛତିଶଗଡ଼ ଏବଂ ଓଡ଼ିଶାରେ ବର୍ଷା ସହ କୁଆପଥର ମାଡ଼ ହୋଇପାରେ। ସେହିପରି ଗୁଜରାଟର ସୌରାଷ୍ଟ୍ର ଏବଂ କଚ୍ଛରେ ଗ୍ରୀଷ୍ମପ୍ରବାହ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି।

ପାଣିପାଗର ହଠାତ୍‌ ପରିବର୍ତ୍ତନ ଯୋଗୁ ଫସଲ ସହ ଜନଜୀବନ ଗୁରୁତର ପ୍ରଭାବିତ ହେବାକୁ ଥିବାରୁ ଲୋକେ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷେ ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଆଦି ଜିଲାରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବିଜୁଳି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷା ଲାଗି ରହିବ। ଏହାସତ୍ତ୍ୱେ ଚଳିତ ମାସରେ ମାତ୍ରାଧିକ ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri