ଅନ୍ତ୍ୟୋଦୟ ଗୃହ ଯୋଜନା ଗରିବଙ୍କ ଭରସା: ହିତାଧିକାରୀ ପିଛା ମିଳିବ ୧.୨୦ଲକ୍ଷ ଟଙ୍କା

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗୋରୁ ମାର୍କେଟ୍‌ ପରିସରରେ ରବିବାର ଜିଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କହିଥିଲେ, ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ଼ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ନାହିଁ। ଏଭଳି ସ୍ଥିତିରେ ଅନ୍ତ୍ୟୋଦୟ ଗୃହ ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହିତ ବଞ୍ଚତ୍ବାକୁ ଆଶା, ଭରସା ଯୋଗାଇ ଦେବ। ସମସ୍ତଙ୍କୁ ପକ୍କାଘର ମିଳିବ। ଏହି ଯୋଜନାରେ ସବୁଠାରୁ ଗରିବ ଏବଂ ଅସହାୟ ଲୋକଙ୍କୁ ଘର ଯୋଗାଇ ଦିଆଯିବ ବୋଲି ଏମ୍‌ପି ପୁରୋହିତ କହିଥିଲେ।
ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୮ରେ ସମସ୍ତଙ୍କୁ ପକ୍କାଘର ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିଲେ। ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ସହରୀ ଓ ଗ୍ରାମୀଣ ଯୋଜନା କାର୍ଯ୍ୟକାରୀ ହେଉଛି। ଏହାକୁ ଆହୁରି ଜୋରଦାର୍‌ କରାଯାଇ ଅନ୍ତ୍ୟୋଦୟ ଗୃହ ଯୋଜନା ଆରମ୍ଭ ହୋଇଛି। ଏହାଦ୍ୱାରା ସମସ୍ତଙ୍କ ପାଇଁ ଘର ସୁନିଶ୍ଚିତ କରାଯାଇ ପାରିବ ବୋଲି ବିଧାୟକ ଷଡ଼ଙ୍ଗୀ କହିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଅନ୍ୟତମ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହିତ ବଞ୍ଚତ୍ବାକୁ ଆଶା, ଭରସା ଯୋଗାଇ ଦେବ ବୋଲି କହିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା ମଞ୍ଚାସୀନ ଥିଲେ। ଏହି ଅବସରରେ ଜିଲାର ୧୫୨୧ଜଣ ବିଭିନ୍ନ ବର୍ଗର ହିତାଧିକାରୀଙ୍କୁ ଘର ତିଆରି ପାଇଁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା। ସେଥିମଧ୍ୟରୁ ଅମ୍ବାଭୋନା ବ୍ଲକର ୭୪, ଅତାବିରା ବ୍ଲକର ୧୦୮, ବରଗଡ଼ ବ୍ଲକର ୧୦୦, ବରପାଲି ବ୍ଲକର ୨୧୭, ଭଟଲି ବ୍ଲକର ୮୯, ଭେଡ଼େନ ବ୍ଲକର ୧୫୦, ବିଜେପୁର ବ୍ଳକର ୧୬୪, ଗାଇସିଲେଟ ବ୍ଲକର ୧୮୫, ଝାରବନ୍ଧ ବ୍ଲକର ୧୬୫, ପାଇକମାଳ ବ୍ଲକର ୧୩୧, ରାଜବୋଡ଼ାସମ୍ବର ବ୍ଲକର ୪୮ ଏବଂ ସୋହେଲା ବ୍ଲକର ୯୦ହିତାଧିକାରୀ ରହିଛନ୍ତି। ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ଘର ନିର୍ମାଣ ପାଇଁ ୧ଲକ୍ଷ ୨୦ହଜାର ଟଙ୍କା ପ୍ରଦାନ କରାଯିବା ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri