Posted inଜାତୀୟ

ଟାଇମ୍‌ ମାଗାଜିନ୍‌ ତାଲିକାରେ ସାମିଲ ହେଲା ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି’

ନୁଆଦିଲ୍ଲୀ,୨୮।୮: ସାଧାରଣତଃ ଭାରତର ପର୍ଯ୍ୟଟନସ୍ଥଳୀଗୁଡ଼ିକ ବିଦେଶୀ ପର୍ଯ୍ୟଟକଙ୍କୁ ବେଶ୍‌ ଆକର୍ଷିତ କରିଥାଏ। ନିକଟରେ ଗୁଜରାଟରେ ତିଆରି ହୋଇଥିବା ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି’ ମଧ୍ୟ ଲୋକଙ୍କୁ ବେଶ୍‌ ଆକୃଷ୍ଟ କରିପାରିଛି। ଏହି କ୍ରମରେ ବିଶ୍ୱର ପ୍ରତିଷ୍ଠିତ ଟାଇମ୍‌ ମାଗାଜିନ୍‌ ପକ୍ଷରୁ ‘ବିଶ୍ୱର ପ୍ରମୁଖ ସ୍ଥାନ ୨୦୧୯’ର ଏକ ତାଲିକା ପ୍ରକାଶ ପାଇଛି। ଦ୍ୱିତୀୟ ବାର୍ଷିକ ତାଲିକାରେ ଗୁଜରାଟର ୫୯୭ ଫୁଟ ଉଚ୍ଚ ‘ଷ୍ଟାଚ୍ୟୁ ଅଫ ୟୁନିଟି’ ଏବଂ ମୁମ୍ବାଇର ‘ସୋହୋ’ ହାଉସ ‘ଟାଇମ’ ମାଗାଜିନ୍‌ରେ ଅନ୍ତର୍ଭୁକ୍ତ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଖୁସି ବ୍ୟକ୍ତ କରିଛନ୍ତି। ଏଥିସହ ସେ ଲେଖିଛନ୍ତି, ‘ଷ୍ଟାଚ୍ୟୁ ଅଫ ୟୁନିଟି’ ଟାଇମ ମାଗାଜିନ୍‌ର ତାଲିକା ୨୦୧୯ରେ ୧୦୦ତମ ଶ୍ରେଷ୍ଠ ସ୍ଥାନରେ ସାମିଲ ହେବା ଏହା ସମସ୍ତଙ୍କ ପାଇଁ ଏକ ଭଲ ଖବର। କିଛି ଦିନ ତଳେ ଏଠାକୁ ଗୋଟିଏ ଦିନରେ ୩୪,୦୦୦ ଲୋକ ଆସିଥିବା ବେଳେ ଧୀରେ ଧୀରେ ଏହା ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ ପାଲଟୁଥିବା ଜାଣି ବେଶ୍‌ ଖୁସି ଲାଗୁଛି ବୋଲି ମୋଦି କହିଛନ୍ତି। ଗୁଜରାଟର ନର୍ମଦା ନଦୀପଠାରେ ଅବସ୍ଥାପିତ ହୋଇଥିବା ବିଶ୍ୱର ସର୍ବୋଚ୍ଚ ପ୍ରତିମାରୁ ପର୍ଯ୍ୟଟକ ଆଖପାଖର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିଥାନ୍ତି। ଅପରପକ୍ଷରେ ତାଲିକାଭୁକ୍ତ ହୋଇଥିବା ମୁମ୍ବାଇର ସୋହୋ ହାଉସ ୧୧ ମହଲା କୋଠା ହୋଇଥିବା ବେଳେ ଏହା ଉପରୁ ଆରବ ସାଗର ଦେଖାଯାଇଥାଏ। ଏଥିରେ ଏକ ଲାଇବ୍ରେରି, ୩୪ ଆସନ ବିଶିଷ୍ଟ ସିନେମା ହଲ୍‌ ଓ ଛାତ ଉପରେ ଏକ ବାର୍‌ ଏବଂ ସୁଇମିଂ ପୁଲ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri