Posted inଜାତୀୟ

ସ୍ବାମୀଙ୍କ ସାମ୍ନାରେ ମହିଳାଙ୍କୁ ଗଣବଳାତ୍କାର: ବିରୋଧ କରିବାରୁ…

ନାଳନ୍ଦା,୧।୪: ବିହାରରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ମହିଳା ଜଣକ ତାଙ୍କ ସ୍ବାମୀଙ୍କ ସହିତ ଏକ ବାଇକରେ ଜଣେ ସମ୍ପର୍କୀୟଙ୍କ ଘରୁ ଫେରୁଥିଲେ। ବାଟରେ ଦୁଇଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିଲେ। ସମ୍ପୂର୍ଣ୍ଣ ମାମଲାଟି ନାଳନ୍ଦାର ଇସଲାମପୁର ଥାନା ଅଞ୍ଚଳର। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ପୋଲିସ ଦ୍ୱିତୀୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିବାବେଳେ, ସେମାନଙ୍କ ଉପରେ ଆକ୍ରମଣ ହୋଇଥିଲା।

ବାଇକରେ ଦମ୍ପତି ଏକାଙ୍ଗରାସରାଇରେ ଥିବା ସେମାନଙ୍କ ସମ୍ପର୍କୀୟଙ୍କ ଘରୁ ଫେରୁଥିଲେ। ଏହି ସମୟରେ ରାସ୍ତାରେ ଏକ ବାଇକରେ ଦୁଇଜଣ ଦୁର୍ବୃତ୍ତ ତାଙ୍କୁ ଘେରିଗଲେ। ଦୁବୃର୍ତ୍ତ ପ୍ରଥମେ ମହିଳାଙ୍କ ସ୍ବାମୀଙ୍କୁ ମାଡ଼ ମାରିଥିଲେ। ୫୦,୦୦୦ ଟଙ୍କା ସହିତ କିଛି ଅଳଙ୍କାର ମଧ୍ୟ ଲୁଟ କରିଥିଲେ। ମହିଳା ଜଣକ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମରାଯାଇଥିଲା। ଏହା ପରେ ତାଙ୍କୁ ଗଣବଳାତ୍କାର ମଧ୍ୟ କରାଯାଇଥିଲା।

ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ସକ୍ରିୟ ହୋଇ ଉଠିଥିଲା। ଡିଏସ୍‌ପି ଗୋପାଳ କୃଷ୍ଣ ଏବଂ ଇସଲାମପୁର ଥାନା ମୁଖ୍ୟ ଅନିଲ କୁମାର ପାଣ୍ଡେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୀଡିତ ଦମ୍ପତିଙ୍କୁ ତୁରନ୍ତ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନିଲ କୁମାର ପାଣ୍ଡେ କହିଛନ୍ତି, ଏହି ମାମଲାରେ ବଳାତ୍କାର ଏବଂ ଡକାୟତି ମାମଲା ରୁଜୁ କରାଯାଇଛି। ଡାକ୍ତରୀ ପରୀକ୍ଷା ପାଇଁ ମହିଳାଙ୍କୁ ମହିଳା ପୋଲିସ ହେପାଜତରେ ସରକାରୀ ଡାକ୍ତରଖାନାକୁ ପଠାଯାଇଥିଲା। ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଉଛନ୍ତି ଶୋଭା ବିଘା ଗାଁର ବାସିନ୍ଦା କୌଶଳେନ୍ଦ୍ର କୁମାର ଓରଫ ସନି। ଦ୍ୱିତୀୟ ଅଭିଯୁକ୍ତକୁ ଗିରଫ କରିବା ପାଇଁ ଚଢାଉ ଜାରି ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri