Posted inଜାତୀୟ

ଶେୟାର ବଜାର କାରବାରରେ ହ୍ରାସ: ନିବେଶକ ହରାଇଲେ ୩ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୧।୪ଚଳିତ ଆର୍ଥକ ବର୍ଷର ପ୍ରଥମ କାର୍ଯ୍ୟଦିବସରେ ଶେୟାର ବଜାରର ନିବେଶକ ୩ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ଆଶା ଆଶଙ୍କା ମଧ୍ୟରେ ଥିବା ନିବେଶକମାନେ ଚଳିତ ସପ୍ତାହର ପ୍ରଥମ ଦିନରେ ୩.୨୩ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଛନ୍ତି। ଫଳରେ ପୁଞ୍ଜିବଜାରର ବଜାର ପୁଞ୍ଜି ୩.୨୩ ଲକ୍ଷ କୋଟି ହ୍ରାସ ଘଟି ୪୦୯.୬୪ ଲକ୍ଷ କୋଟିରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଚ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଚ (ଏନ୍‌ଏସ୍‌ଇ) କାରବାରରେ ବଡ ଧରଣର ହ୍ରାସ ପାଇଛି। ଏପରିକି ବିଏସ୍‌ଇ ସେନ୍‌ସେକ୍ସର କାରବାର ପ୍ରାୟ ୧୪୦୦ ପଏଣ୍ଟ (୧୩୯୦.୪୧) କମି ୭୬,୦୨୪.୫୧ ଅଙ୍କରେ ରହିଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟି ୧.୫୦% କମି ୨୩,୧୬୫ ଅଙ୍କରେ ରହିଛି। ସେହିଭଳି ୩୦ ଶେୟାର ବିଶିଷ୍ଟ ସେନ୍‌ସେକ୍ସର ମିଡ୍‌କ୍ୟାପ ଏବଂ ସ୍ମଲକ୍ୟାପ କାରବାରରେ ପ୍ରାୟ ୧% ହ୍ରାସ ଘଟିଛି। ଏପରିକି ନିଫ୍ଟି ମିଡକ୍ୟାପ କାରବାର ୪୪୨.୬୫ ପଏଣ୍ଟ କମି ୫୧,୨୨୯.୬୦ ଅଙ୍କରେ ପହଞ୍ଚିଥିଲାବେଳେ ସ୍ମଲକ୍ୟାପ୍‌ର କାରବାର ୦.୯୨% ହ୍ରାସ ଘଟି ୭୬୫୩.୩୦ ଅଙ୍କରେ ରହିଛି। ଅପରପକ୍ଷରେ ନିଫ୍ଟି ବ୍ୟାଙ୍କ ୭୩୭.୩୫ ପଏଣ୍ଟ କମି ୫୦,୮୨୭.୫୦ ଅଙ୍କରେ ରହିଛି।

ଶେୟାର ବଜାର କାରବାରରେ ହ୍ରାସ

କ୍ରମାଗତ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସ ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୩୯୦ (୧୩୯୦.୪୧) ପଏଣ୍ଟ ହ୍ରାସ ଘଟି ୭୬,୦୨୪ (୭୬,୦୨୪.୫୧) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୩୫୪(୩୫୩.୬୫) ପଏଣ୍ଟ କମି ୨୩,୧୬୬ (୨୩,୧୬୫.୭୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri