ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଦେବଗଡ ଜିଲାର ସବ-ଜୁନିଅର ବାଳିକା ହକି ଦଳକୁ ଜିଲା ବିଜେଡି ଏବଂ ଜିଲା କ୍ରୀଡା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କୃତି ସବଜୁନିଅର ବାଳିକା ହକି ଦଳ ଆଜି ଦେବଗଡରେ ପହଂଚିବାପରେ ଜିଲା ବିଜେଡି ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।

ଜିଲା ଯୁବ ବିଜେଡି ସଭାପତି ପ୍ରତାପ ଦେବ,ବାରକୋଟ ବ୍ଲକ ବିଜେଡି ସଭାପତି ହୀରାଲାଲ ସାହୁ,ବରିଷ୍ଠ ବିଜେଡି ନେତା ମାନସ କୁମାର ପ୍ରଧାନ ଓ ଶରତ ମେହେରଙ୍କ ନେତୃତ୍ୱରେ ବହୁ ବିଜେଡି ଓ ଯୁବ ବିଜେଡି ନେତା ଓ କର୍ମୀ ଏହି ଦଳକୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସୱଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ସେହିପରି ଏହି ଦଳକୁ ଦେବଗଡ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲା କ୍ରୀଡା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଦେବଗଡ ଜିଲା କ୍ରୀଡା ଅଧିକାରୀ ତାପସ ରଞ୍ଜନ ମହାନ୍ତ ଓ ଜିଲା କ୍ରୀଡା ସଂସଦର ସମ୍ପାଦକ ଧିରେନ୍ଦ୍ର କୁମାର ନାୟକ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।

ସୂଚନାଯୋଗ୍ୟ ଯେ, ଉପରୋକ୍ତ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଦେବଗଡ ଜିଲାର ସବ ଜୁନିଅର ବାଳିକା ହକି ଦଳ ପ୍ରଥମ ମ୍ୟାଚରେ ଢେଙ୍କାନାଳ ଜିଲା ହକି ଦଳକୁ ୬-୪ ଗୋଲ, ଦ୍ୱିତୀୟ ମ୍ୟାଚରେ କଳାହାନ୍ଡି ଦଳକୁ ୧୧-୦ ଗୋଲରେ ପରାସ୍ତ କରିଥିଲା। ତେବେ ଲିଗ ପର୍ଯ୍ୟାୟ ତୃତୀୟ ମ୍ୟାଚରେ ସୁନ୍ଦରଗଡ ଦଳଠାରୁ ୬-୦ ଗୋଲରେ ପରାସ୍ତ ହୋଇଥିଲା। ନକ ଆଉଟ ଷ୍ଟେଜରେ ଏସଏମଏସ ହକି ଏକାଡେମୀକୁ ୫-୦ ଗୋଲରେ ପରାସ୍ତ କରି ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରିବାସହ ଏକ ଲକ୍ଷ ଟଙ୍କାର ପୁରସ୍କାର ହାସଲ କରିଥିଲା। ସେହିପରି ଖେଳାଳି ସୀମା ଏକ୍କା ଶ୍ରେଷ୍ଠ ମଧ୍ୟକ୍ରମ ଖେଳାଳି ବିବେଚିତ ହୋଇଥିବା ବେଳେ ଦଳର ପ୍ରଶିକ୍ଷକ ସୁଧିର କୁଜୁର ଶ୍ରେଷ୍ଠ ପ୍ରଶିକ୍ଷକ ବିବେଚିତ ହୋଇ ଜିଲା ପାଇଁ ଗୌରବ ଆଣିଥିଲେ । ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ସୁନାମଧନ୍ୟ ହକି ପ୍ରଶିକ୍ଷକ ବେଲାସ ଏକ୍କା, ଦୀପକ ଏକ୍କା ଓ ବିନୟ ସୁରୀନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri