ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗାର ସୁକାନ୍ତ କୁମାର ସାହୁ ଏବଂ ରାଇକିଆର ସନ୍ତୋଷ କୁମାର ଲେଙ୍କା ନିର୍ବାଚିତ ହୋଇଛନ୍ତି ସେମାନଙ୍କୁ ଜିଲାର ସମସ୍ତ ମଣ୍ଡଳ ସଭାପତିମାନେ ମତ ଦେଇଥିବା ଜଣାପଡିଛି। ଦାରିଙ୍ଗବାଡିର ସୁକାନ୍ତ ଭାଜପାର ଜଣେ ଆଗଧାଡିର ସକ୍ରିୟ କର୍ମକର୍ତ୍ତା ଭାବେ ଜଣାଶୁଣା ରହିଥିବା ବେଳେ ସେ ଜିଲାର ନିର୍ବାଚନ ଅଧିକାରୀ ଭାବେ ସଫଳତାର ସହ କାର୍ଯ୍ୟ ସମ୍ପାଦନା କରିଛନ୍ତି। ତାଙ୍କ ପ୍ରତି ଦଳ ଭରସା କରି ବିଭିନ୍ନ ଦାୟିତ୍ୱ ପ୍ରଦାନ କରିଥିବାବେଳେ ସେ ତାକୁ ସଫଳତାର ସହ ନିର୍ବାହ କରୁଥିବା ନଜିର ରହିଛି। ସେହିପରି ଅନ୍ୟତମ ପରିଷଦ ସଦସ୍ୟ ସନ୍ତୋଷଙ୍କ ଘର ରାଇକିଆ ହୋଇଥିବା ବେଳେ ସେ ମଧ୍ୟ ଭାଜପାର ଜଣେ ବରିଷ୍ଠ ସକ୍ରିୟ କାର୍ଯ୍ୟକର୍ତ୍ତା ଭାବେ ନିଜ ଦାୟିତ୍ୱ ସମ୍ପନ୍ନ କରିଛନ୍ତି କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ରାଇକିଆ ବ୍ଲକ ପ୍ରତିନିଧି ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ସେହିପରି ଭାରତ ସଞ୍ଚାର ନିଗମ ଲିମିଟେଡ଼ର ପରାମର୍ଶଦାତା ଭାବେ ଦଳ ଦାୟିତ୍ୱ ପ୍ରଦାନ କରିଛି। ସେହିପରି ପରିଷଦର ଅନ୍ୟତମ ସଦସ୍ୟ ଭାବେ ବାଲିଗୁଡା ନିର୍ବାଚନ ମଣ୍ଡଳୀରର ରଂଜିତ କୁମାର ସାହୁ ଏବଂ ଫୁଲବାଣୀ ନିର୍ବାଚନ ମଣ୍ଡଳୀର ଉର୍ବଶୀ ଦିଗାଲ ଏବଂ ରଞ୍ଜନା ନାୟକ ନିର୍ବାଚିତ ହୋଇଛନ୍ତି।

ସୂଚନା ଯୋଗ୍ୟ ଯେ ଜିଲାରୁ ଏହି ପଦବୀ ପାଇଁ ମାତ୍ର ୫ଟି ସିଟ ରହିଥିବା ବେଳେ ଦଳ ନିକଟରେ ପୂର୍ବରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଥିଲା। ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗତକାଲି ଏହା ଘୋଷଣା ପତ୍ର ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri