ମାରାଗୁଡ଼ା ଲୋକ ମହୋତ୍ସବ ଉଦ୍‌ଘାଟିତ ସମ୍ବଲପୁରୀ ନାଚଗୀତରେ ଝୁମିଲେ ଦର୍ଶକ

ନୂଆପଡ଼ା,୨।୪(ମକାରୁ ବେମାଲ): ସ୍ଥାନୀୟ ଲୋକ ସଂସ୍କୃତି, ପରମ୍ପରା, ଐତିହ୍ୟକୁ ନେଇ ନୂଆପଡା ମିନି ଷ୍ଟାଡିୟମଠାରେ ମଙ୍ଗଳବାର ମାରାଗୁଡା ଲୋକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାସଙ୍କ ନେତୃତ୍ୱରେ ସକାଳେ କଣାଭଏଁରା ମନ୍ଦିର-ସାଲିହା ସ୍ମୃତିପୀଠରୁ ମଶାଳ ବାହାରି ସହର ପରିକ୍ରମା କରିଥିଲା। ଏହି ଶୋଭାଯାତ୍ରାରେ ଖୋଦ ଜିଲାପାଳ ମୃଦଙ୍ଗ ଓ ଏସ୍‌ପି ଢୋଲ ବଜାଇଥିଲେ। ସନ୍ଧ୍ୟାରେ ସାଂସ୍କୃତିକ ସଭା ଅନୁଷ୍ଠିତ ହୋଇଥିଲା। ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝ ମୁଖ୍ୟଅତିଥି, ଜିଲା ଆରକ୍ଷୀ ଅଧୀକ୍ଷକ ଗୁନ୍ଦାଳା ରେଡ୍ଡୀ ରାଘବେନ୍ଦ୍ର, ସଦର ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଜିଲା ପରିଷଦ ଅବନୀ ରଞ୍ଜନ ଯୋଶୀ, ଜିଲା ପରିଷଦ ସଦସ୍ୟା ଯାଜ୍ଞସିନୀ କଟା, ଶିକ୍ଷାବିତ ଓ ସାହିତି୍ୟକ ମହେନ୍ଦ୍ର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର କୁଳପତି ପ୍ରାଧ୍ୟାପକ ପ୍ରସନ୍ନ ସ୍ବାଇଁ ମୁଖ୍ୟବକ୍ତା ଭାବେ ଯୋଗଦେଇ ମାରାଗୁଡା ମହୋତ୍ସବ ପୁରାଣ ଇତିହାସର ଗାଥା କହିବ ବୋଲି କହିଥିଲେ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ପରେ କୁରୁମପୁରିର ମା’ ତାରିଣୀ ଶୁଆନାଚ, ପଲସଦା ସେବାଶ୍ରମ ଛାତ୍ରୀଛାତ୍ରଙ୍କ ଦ୍ୱାରା ସମ୍ବଲପୁରୀ ନାଚ, ବୋଡେନର ଆଦିବାସୀ ରାମକାଠି ନାଚ, ଟିଟିଲାଗଡ ଢାପ ଲୋକ ନୃତ୍ୟ, କୋରାପୁଟ କୋଟପାଡର ଢେମସା ପରିବେଷଣ କରାଯାଇଥିଲା। ପ୍ରଥମ ଦିନରୁ ଦର୍ଶକ ସମ୍ବଲପୁରୀ ନାଚଗୀତରେ ଝୁମି ଉଠିଥିଲେ। ଏହା ପରେ ଅନ୍ତରା ଚକ୍ରବର୍ତୀ ଓ ସାଧି ଙ୍କ ଦ୍ୱାରା ମେସଲୋଡି କାଯର୍‌ୟକ୍ରମ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ ସହାୟକ ବିଭୂଦତ୍ତ ମିଶ୍ର ମଞ୍ଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri