Myanmar Earthquake: ଚମତ୍କାର! ୫ ଦିନ ପରେ ଭଙ୍ଗା ଘର ତଳୁ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି

ନାପିଦାଉ,୨।୪: ମ୍ୟାନମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ଭଗ୍ନାବଶେଷରେ ଫସି ରହିଥିବା ଲୋକଙ୍କୁ ଖୋଜାଖୋଜି ଏବେ ବି ଜାରି ରହିଛି। ଏହି କ୍ଷେତ୍ରରେ, ଉଦ୍ଧାରକାରୀମାନେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମ୍ୟାନମାରରେ ଘଟିଥିବା ଭୟଙ୍କର ଭୂମିକମ୍ପର ୫ ଦିନ ପରେ ବୁଧବାର ଏକ ହୋଟେଲର ଭଗ୍ନାବଶେଷରୁ ଜଣେ ବ୍ୟକ୍ତିଙ୍କୁ ଜୀବିତ ଉଦ୍ଧାର କରାଯାଇଛି ବୋଲି ଅଧିକାରୀମାନେ କହିଛନ୍ତି। ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ ଭୂମିକମ୍ପରେ ୨,୭୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇସାରିଛି।
ଦେଶର ଶାସକ ସେନା କହିଛି ଯେ ୨୬ ବର୍ଷୀୟ ଯୁବକଙ୍କୁ ମ୍ୟାନମାର ଏବଂ ତୁର୍କୀ ଉଦ୍ଧାରକାରୀଙ୍କ ଏକ ମିଳିତ ଦଳ ରାତି ପ୍ରାୟ ୧୨:୩୦ (ମଙ୍ଗଳବାର ୧୮୦୦ GMT) ରେ ରାଜଧାନୀ ନାୟପିଦାର ଏକ କୋଠାର ଧ୍ୱଂସାବଶେଷରୁ ଜୀବିତ ଉଦ୍ଧାର କରିଥିଲେ।
୭.୭ ତୀବ୍ରତାର ଭୟଙ୍କର ଭୂମିକମ୍ପ ପରେ ମ୍ୟାନମାରର ସ୍ବାସ୍ଥ୍ୟ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ସୋମବାର ମୃତ୍ୟୁ ସଂଖ୍ୟା ୨,୭୦୦ ରୁ ଅଧିକ ହୋଇଥିବାବେଳେ ପ୍ରାୟ ୩,୯୦୦ ଲୋକ ଆହତ ହୋଇଛନ୍ତି ଏବଂ ୩୦୦ଜଣ ନିଖୋଜ ଅଛନ୍ତି ବୋଲି ରିପୋର୍ଟ ହୋଇଛି।
ସୂଚନାଯୋଗ୍ୟ, ଦେଶର ଦୁଇଟି ପ୍ରମୁଖ ସହରାଞ୍ଚଳ, ମାଣ୍ଡାଲେ ଏବଂ ନାପିଡାରେ ଭୂମିକମ୍ପ ପୀଡିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକାରୀମାନେ କହିଛନ୍ତି ଯେ ଡାକ୍ତରଖାନାଗୁଡ଼ିକ ସାଧାରଣତଃ ରୋଗୀରେ ପୂର୍ଣ୍ଣ ହୋଇଯାଏ, କିନ୍ତୁ ଏବେ ପରିସ୍ଥିତି ଆହୁରି ଖରାପ ହୋଇଯାଇଛି। ସ୍ଥାନ ଏବଂ ସମ୍ବଳର ଏକ ବିରାଟ ଅଭାବ ଅଛି, କିନ୍ତୁ କର୍ମଚାରୀଙ୍କ ସଂଖ୍ୟା ବହୁତ କମ ଥିଲେ ମଧ୍ୟ ସେମାନେ ନିଜର ସର୍ବୋତ୍ତମ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri