ପୁଣି ବଢ଼ିଲା କିଟ୍‌ ଅଡ଼ୁଆ, ମୃତ ଛାତ୍ରଙ୍କ ବାପା କହିଲେ…

ଭୁବନେଶ୍ୱର,୨।୪: ପୁଣି ବଢ଼ିଲା କିଟ୍‌ ଅଡ଼ୁଆ। କିଟ୍‌ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ମୃତ ଛାତ୍ରଙ୍କ ଅର୍ଣ୍ଣବଙ୍କ ବାପା। କିଟ୍‌ କର୍ତ୍ତୃପକ୍ଷଙ୍କ ଅବହେଳାରୁ ପୁଅର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି। କର୍ତ୍ତୃପକ୍ଷଙ୍କ ଉପରେ କ୍ଷୋଭ ସହ ମ୍ୟାନେଜମେଣ୍ଟ ଅବହେଳାକୁ ଦାୟୀ କରିଛନ୍ତି।
ସେ କହିଛନ୍ତି, ପିଲାକୁ ତାଙ୍କ ଦାୟିତ୍ୱରେ ଛଡ଼ା ଯାଇଥିଲା, ଅବହେଳାରୁ ମତ୍ୟୁ ହୋଇଛି।
ପୁଅ ସହ କୌଣସି ଅଘଟଣ ଘଟିଛି, ଆତ୍ମହତ୍ୟା କରିନିବୋଲି ବାପା କହିଛନ୍ତି। ହଷ୍ଟେଲ ୱାଡେନଙ୍କ କଥା ଓ ଘଟଣାବଳୀ ମଧ୍ୟରେ ତାଳମେଳ ରହୁନି। ଏଭଳି ଅବହେଳା କଲେ ପଶ୍ଚିମବଙ୍ଗରୁ ଆଉ କେହି କିଟ୍‌ ଆସିବେ ନାହିଁ। ପୁଙ୍ଖାନୁପୁଙ୍ଖ ତଦନ୍ତ ସହ ସତ୍ୟାସତ୍ୟ ବାହାର କରାଯାଉ। ମୃତ ଛାତ୍ରଙ୍କ ବାପାଙ୍କ ଅଭିଯୋଗ ନେଇ କିଟ୍‌ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

ମଞ୍ଚେଶ୍ବର  ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିଥିଲା। ମୃତଛାତ୍ର କିଟ୍‌ ବିଶ୍ବବିଦ୍ୟାଳୟରେ ବିଟେକ ତୃତୀୟ ବର୍ଷର ଛାତ୍ର। ଛାତ୍ର ଜଣଙ୍କ ନାଁ ଅର୍ଣ୍ଣବ ମୁଖାର୍ଜୀ, ଘର ପଶ୍ଚିମବଙ୍ଗ ବାଁକୁରା।
ଅର୍ଣ୍ଣବ କିଟ୍‌ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ତେବେ ଏବେ ପ୍ରଶ୍ନ ଉଠୁଛି ହଷ୍ଟେଲ୍‌ରୁ ସେ କାହିଁକି ମଞ୍ଚେଶ୍ୱର ଆସିଥିଲେ। ସେଠାରେ କେଉଁ ପରିସ୍ଥିତିରେ ତାଙ୍କରୁ ମୃତ୍ୟୁ ଘଟିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି। ଅପମୃତ୍ୟୁ ମାମଲା ରୁଜୁ କରି ମଞ୍ଚେଶ୍ବର ପୋଲିସର ତଦନ୍ତ ଜାରି ରଖିଥିବା ବେଳେ ଅର୍ଣ୍ଣବଙ୍କ ମୃତ୍ୟୁ ନେଇ କିଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri