ରାଜ୍ୟସ୍ତରୀୟ ଓପନ ବଡିବିଲଡିଂ ଚମ୍ପିୟାନଶିପ: ସ୍ବର୍ଣ୍ଣ ପଦକ ଜିତିଲେ ଅନନ୍ତ

ଭୁବନେଶ୍ୱର,୪।୪: ଓଡ଼ଶା ବଡି ବିଲଡିଂ ସଂଘ ପୁରୀ ପକ୍ଷରୁ ଆୟୋଜିତ ବୀର କଳିଙ୍ଗ ପୁତ୍ର ରାଜ୍ୟସ୍ତରୀୟ ଓପନ ବଡି ବିଲଡିଂ ଚମ୍ପିୟାନଶିପ ୨୦୨୫ରେ ଭୁବନେଶ୍ୱରର ଅନନ୍ତ କୁମାର ନାୟକ ପ୍ରଥମ ସ୍ଥାନ ଅଳଙ୍କୃତ କରିବା ସହିତ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ତା’ସହିତ ପୁରୁଷ ଫିଜିକ୍ସରେ ମଧ୍ୟ ଟପ୍‌ ପାଞ୍ଚ ନମ୍ବରରେ ରହିଛନ୍ତି l

ଭୁବନେଶ୍ୱର ଝାରପଡ଼ା ସ୍ଥିତ ବିଙ୍ଗଷ୍ଟ୍ରଙ୍ଗ ୨୪ଜିମରେ ଗୁରୁ ଶୁଭାଶିଷ ପାତ୍ରଙ୍କଠାରୁ ଅନନ୍ତ ଶିକ୍ଷା ଲାଭ କରୁଛନ୍ତି। ୬୫ କିଲୋଗ୍ରାମ ଓଜନର ଭାରଉତ୍ତୋଳନ କରି ଅନନ୍ତ ଏହି ସଫଳତା ହାସଲ କରିଛନ୍ତି l ଆୟୋଜକ ମହାସଂଘର ସାଧାରଣ ସମ୍ପାଦକ ପ୍ରସନ୍ନ କୁମାର ମହାସୁଆର, ସହସମ୍ପାଦକ ପ୍ରଫୁଲ୍ଲ କୁମାର ଚନ୍ଦ୍ର, ସଭାନେତ୍ରୀ ଶ୍ରୀମତୀ ସୁମିତ୍ରା ତ୍ରିପାଠୀ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ପ୍ରତିଯୋଗିତାରେ ଓଡ଼ିଶାରୁ ୧୫୦ଜଣ ପ୍ରତିଯୋଗୀ ଭାଗ ନେଇଥିବା ବେଳେ ବିଭିନ୍ନ ସୋପାନ ସଫଳତାର ସହ ଅତିକ୍ରମ କରି ଅନନ୍ତ ଓପନ ବଡି ବିଲଡିଂରେ ପ୍ରଥମ ସ୍ଥାନ ଅଳଙ୍କୃତ କରିବା ସହିତ ସ୍ବର୍ଣ୍ଣ ପଦକ ହାସଲ କରି ଗୌରବ ଆଣିଛନ୍ତି । ଏହି ସଫଳତାର ଶ୍ରେୟ ସେ ତାଙ୍କ ଗୁରୁ ଏବଂ ଅନୁଷ୍ଠାନର ବୋଲି ମତ ରଖିଛନ୍ତି।  ସଫଳତା ପାଇଁ ତାଙ୍କୁ ବିଭିନ୍ନ ମହରେ ଶୁଭେଚ୍ଛା ଜ୍ଞାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

ଡଲାର ତୁଳନାରେ ୯୦ ଟପିଲା ଟଙ୍କା, ସର୍ବକାଳୀନ ନିମ୍ନ ସ୍ତରକୁ ଖସିଲା

ମୁମ୍ବାଇ,୩ା୧୨: ଭାରତୀୟ ଟଙ୍କା ବୁଧବାର ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍...

ପଲସର୍‌ ଆଣିଲା ଧୂଆଁଧାର ଅଫର୍‌, ମାତ୍ର ଏତିକି ଟଙ୍କାରେ ମିଳିବ…

ନୂଆଦିଲ୍‌ଲୀ,୩।୧୨: ବର୍ଷର ଶେଷ ମାସଗୁଡ଼ିକରେ, ଦୁଇଚକିଆ ଯାନ ନିର୍ମାତା ବାଜାଜ ଅଟୋ ପୁଣି ଥରେ ଏହାର ଲୋକପ୍ରିୟ ପଲସର ହାଟ୍ରିକ ଅଫରକୁ ଆରମ୍ଭ କରିଛି। ଦୀପାବଳି...

ରୁଫ୍‌ଟପ୍‌ ସୋଲାର ସିଷ୍ଟମ ପାଇଁ ଗ୍ରାମପଞ୍ଚାୟତକୁ ପ୍ରୋତ୍ସାହନ ରାଶି

ଭୁବନେଶ୍ୱର,୩।୧୨,(ଅନୁରାଧା ମହାରଣା): ଟାଟା ପାୱାର ଏବଂ ରାଜ୍ୟ ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଏହାର ବ୍ୟବସାୟିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri