Posted inରାଜ୍ୟ

ନବୀନ ନିବାସରୁ ବଡ଼ ଅପଡେଟ୍‌, ନବୀନ କଲେ ସ୍ପଷ୍ଟ?

ଭୁବନେଶ୍ୱର,୪।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। କୁହାଯାଉଛି ଯେ, ଦଳର ସଭାପତି ନବୀନ ପଟ୍ଟନାୟକ ସବୁ ଏମପିଙ୍କୁ ବିଲ୍‌ ବିରୋଧରେ ଭୋଟ୍‌ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଶେଷ ମୂହୁର୍ତ୍ତରେ ପରିସ୍ଥିତି ଅଲଗା ଦେଖିବାକୁ ମିଳିଥିଲା।

BJD faces internal turmoil: ଫଳରେ, ରାଜ୍ୟ ସଭାରେ ବିଜେଡି ଏମପି ସସ୍ମିତ ପାତ୍ର ବିଲ୍‌କୁ ସମର୍ଥନରେ ଭୋଟ ଦେଇଥିବା ବେଳେ ମୁଜିବୁଲ୍ଲା ଖାନ ଏହାର ବିରୋଧ କରିଥିଲେ। ସେହିପରି ଦେବାଶିଷ ସାମନ୍ତରାୟ ଭୋଟ ନେଇ ନାହାନ୍ତି। ଅନ୍ୟ ୪ ଏମପିଙ୍କ ଭୋଟ ସ୍ଥିତି ଏପର୍ଯ୍ୟନ୍ତ ଅଜଣା ରହିଛି।

BJD faces internal turmoil: ୱାକଫ ବିଲ ନେଇ ବିଜେଡିରେ କମ୍ପନ ପରେ ନବୀନ ନିବାସରେ ପହଞ୍ଚିଛନ୍ତି ଦଳର ପୁରୁଖା ନେତା । ସଂସଦରେ ବିଜେଡିର ଆଭିମୁଖ୍ୟ ନେଇ ନବୀନ ନିବାସରେ ବସିଛି ବୈଠକ । ଦଳୀୟ ବୈଠକରେ ବିଜେଡିର ହେଭିୱେଟ ନେତା ପ୍ରସନ୍ନ ଆଚାର୍ଯ୍ୟ, ପଦ୍ମନାଭ ବେହେରା, ଅଶୋକ ପଣ୍ଡା, ଦେବୀ ମିଶ୍ର, ଭୂପିନ୍ଦର ସିଂ, ପ୍ରଫୁଲ୍ଲ ସାମଲ, ଶଶୀ ବେହେରା, ରଜନୀକାନ୍ତ ସିଂ, ନୃସିଂହ ସାହୁ, ରଘୁ ସାହୁଙ୍କ ସମେତ ଦଳର ମୁଖପାତ୍ରମାନେ ମଧ୍ୟ ସାମିଲ ହୋଇଛନ୍ତି ।

ତେବେ ଆଲୋଚନା ପରେ ନବୀନ ନିବାସରୁ ଆସିଛି ବଡ଼ ଖବର। ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ନବୀନ ନିବାସରୁ ବାହାରି ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ସଂଗଠନ ସଂପର୍କରେ ଆଲୋଚନା ହୋଇଛି। ଓ୍ବକଫ ବିଲ ସଂପର୍କରେ ବି ଆଲୋଚନା ହୋଇଛି। ବିଜେଡି ଧର୍ମନିରପେକ୍ଷ ଦଳ, ଅତୀତରେ ଥିଲା, ଆଗକୁ ବି ରହିବ। ଧର୍ମନିରପେକ୍ଷ ଆଭିମୁଖ୍ୟରେ କୌଣସି ପରିବର୍ତ୍ତନ ହେବନି। ସମଦୂରତ୍ୱ ମଧ୍ୟ ବଜାୟ ରହିଛି ବୋଲି କହିଛନ୍ତି ପ୍ରସନ୍ନ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri