Posted inଜାତୀୟ

୧୦ ଓ ୫୦୦ ଟଙ୍କିଆ ନୋଟ୍‌କୁ ନେଇ ବଡ଼ ଅପଡେଟ: RBI ଗଭର୍ନର କହିଲେ…

ନୂଆଦିଲ୍ଲୀ,୪।୪: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ଆରବିଆଇ ଖୁବ ଶୀଘ୍ର ମହାତ୍ମା ଗାନ୍ଧୀଙ୍କ ଫଟୋ ଥିବା ୧୦ ଟଙ୍କା ଏବଂ ୫୦୦ ଟଙ୍କା ନୋଟ ଜାରି କରିବ। ଏହି ନୋଟ୍‌ ଗୁଡ଼ିକରେ ନୂଆ ଗଭର୍ନର ସଞ୍ଜୟ ମାଲହୋତ୍ରାଙ୍କ ଦସ୍ତଖତ ରହିବ। ଏହି ନୋଟଗୁଡ଼ିକର ଡିଜାଇନ ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ (ନୂଆ) ସିରିଜ ନୋଟ ସହିତ ସମାନ ରହିବ, କେବଳ ଗଭର୍ନରଙ୍କ ଦସ୍ତଖତରେ ପରିବର୍ତ୍ତନ ହେବ।

ଆରବିଆଇ ସ୍ପଷ୍ଟ କରିଛି ଯେ ପୂର୍ବରୁ ଜାରି ହୋଇଥିବା ୧୦ ଟଙ୍କା ଏବଂ ୫୦୦ ଟଙ୍କାର ସମସ୍ତ ନୋଟ ଆଗାମୀ ଦିନରେ ମଧ୍ୟ ଆଇନଗତ ମୁଦ୍ରା ଭାବେ ବୈଧ ରହିବ। ଏହା ଦ୍ୱାରା ସାଧାରଣ ଲୋକଙ୍କୁ କୌଣସି ଅସୁବିଧା ହେବ ନାହିଁ ବୋଲି କୁହାଯାଇଛି। ସଞ୍ଜୟ ମଲହୋତ୍ରା ୨୦୨୪ ଡିସେମ୍ବରରେ ଆରବିଆଇର ୨୬ତମ ଗଭର୍ନର ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ ନେତୃତ୍ୱରେ ଏହି ନୂଆ ନୋଟ ଜାରି ହେବାକୁ ଯାଉଛି। ଏହା ପୂର୍ବରୁ ଆରବିଆଇ ୫୦ ଟଙ୍କା, ୧୦୦ ଟଙ୍କା ଏବଂ ୨୦୦ ଟଙ୍କାର ନୋଟରେ ମଧ୍ୟ ତାଙ୍କ ଦସ୍ତଖତ ସହିତ ଜାରି କରିବାର ଘୋଷଣା କରିସାରିଛି। ଏହି ପଦକ୍ଷେପ ମୁଦ୍ରା ପରିଚାଳନାର ଏକ ନିୟମିତ ପ୍ରକ୍ରିୟା ବୋଲି ଆରବିଆଇ ପକ୍ଷରୁ କୁହାଯାଇଛି। ନୂଆ ଗଭର୍ନରଙ୍କ ଦସ୍ତଖତ ସହିତ ନୋଟ ଜାରି କରିବା ଭାରତୀୟ ରିଜର୍ଭ ବ୍ୟାଙ୍କର ଏକ ପରମ୍ପରା ରହିଆସିଛି। ଏହି ନୂଆ ନୋଟ ବଜାରରେ ଆସିବା ପରେ ଲୋକଙ୍କୁ ସଚେତନ ରହିବାକୁ ଏବଂ ପୁରୁଣା ନୋଟକୁ ନେଇ ଆତଙ୍କିତ ନହେବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri