ଓଡିଆ ପକ୍ଷ ପାଳନ କାର୍ଯ୍ୟକ୍ରମକୁ ଆସିଲେନି ଅଧିକାରୀ: ବ୍ଲକ କର୍ମଚାରୀଙ୍କୁ ନେଇ ଐତିହ୍ୟ ଗଣଦୌଡ଼

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଓଡ଼ିଶା ପାଳୁଛି ଓଡ଼ିଆ ପକ୍ଷ। ଏଥିପାଇଁ ପଲ୍ଲୀଠାରୁ ରାଜ୍ୟର ରାଜଧାନୀ ପର୍ଯ୍ୟନ୍ତ ଏହି ପକ୍ଷକୁ ବଡ଼ ଧୁମଧାମ୍‌ରେ ପାଳନ କରାଯାଉଛି। ଓଡ଼ିଆ ଅସ୍ମିତା ଓଡିଶାର ପରମ୍ପରା ସଂସ୍କୃତି, ଐତିହକୁ ପୁନଃରୁଦ୍ଧାର କରିବା ପାଇଁ ପାରମ୍ପରିକ ପୋଷାକ ପରିଧାନଠାରୁ ଆରମ୍ଭ କରି ଖାଦ୍ୟ, ଚଳଣି ଆଦିକୁ ପୁଣି ଉଜ୍ଜୀଜିତ କରିବାକୁ ପ୍ରୟାସ କରାଯାଉଛି। ରାଜ୍ୟ ସରକାର ଏହାର ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଏହାର ବ୍ୟତିକ୍ରମ ଦାରିଙ୍ଗବାଡିରେ ଦେଖିବାକୁ ମିଳିଛି।
ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସକାଳ ୬.୩୦ରେ ଓଡ଼ିଆ ପକ୍ଷ ପାଳନ ପାଇଁ ପୂର୍ବରୁ ସମସ୍ତ ବିଭାଗ ତଥା ପୋଲିସ ବିଭାଗ ସମେତ ବିଇଓ ଅଫିସ, ତହସିଲ ଅଫିସ, ବନ ବିଭାଗ, ସିଡିପିଓ ଅଫିସ ସମେତ ସମସ୍ତ ବିଭାଗର ଅଧିକାରୀଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ଐତିହ୍ୟ ଗଣଦୌଡ଼ରେ ସାମିଲ ହେବାକୁ ନିବେଦନ କରାଯାଇଥିଲା। କିନ୍ତୁ ଏହି ଓଡ଼ିଆ ପକ୍ଷ ପାଳନ କାର୍ଯ୍ୟକ୍ରମକୁ କୌଣସି ବିଭାଗ ଗୁରୁତ୍ୱ ଦେଇନଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ଏହି ଗଣଦୌଡରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ ଏହାକୁ ଉଦଘାଟନ କରିଥିବାବେଳେ ହାତ ଗଣତି ବ୍ଲକ କର୍ମଚାରି ଯୋଗଦାନ କରି ଥିଲେ। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ବିଏସଏସଓ କ୍ଷେତିଶ ପ୍ରିୟଦର୍ଶି ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବ୍ଲକ କାର୍ଯ୍ୟାଳୟରୁ ଶିବ ମନ୍ଦିର ଛକ ପର୍ଯ୍ୟନ୍ତ ଏହି ହାତ ଗଣତି ବ୍ଲକ କର୍ମଚାରି ଓ ସ୍ଥାନୀୟ ଲୋକ ଏହି ଦୌଡରେ ସାମିଲ ହୋଇଥିଲେ। ଓଡ଼ିଆ ପକ୍ଷ ପାଳନ ଏକ ପ୍ରକାର ପ୍ରହସନ ବୋଲି ଏବେ ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ବ୍ଲକକୁ ଛାଡିଦେଲେ କୌଣସି ବିଭାଗକୁ ଏହା କୌଣସି ପ୍ରଭାବ ପକାଉ ନ ଥିବା ନେଇ ଆଲୋଚନା ହେଉଛି।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri