ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ସ୍ଥଗିତ

ମହାକାଳପଡ଼ା, ୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତଙ୍କ ମନମୁଖି କାର୍ଯ୍ୟ ବିରୋଧରେ ଶାସକ ଦଳର ୪୧ ପଞ୍ଚାୟତ ପ୍ରତିନିଧିମାନେ ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଉପଜିଲାପାଳ ଅଭିଯୋଗକୁ ଭିତ୍ତିକରି ଆଇନଗତ ତର୍ଜମା ଓ ସମସ୍ତ ନଥିପତ୍ର ଯାଞ୍ଚ କରିବା ପରେ ଶନିବାର ପୂର୍ବାହ୍ନ ୧୧ଟାରେ ବ୍ଲକ ସଭା ଗୃହରେ ଅନାସ୍ଥା ପ୍ରସ୍ତାବ ଉପରେ ବୈଠକ ପାଇଁ ସ୍ଥିରୀକୃତ ହୋଇଥିଲା। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପର୍ବ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ ଥିଲା। ହେଲେ ବ୍ଲକର ୯ ଜଣ ପଞ୍ଚାୟତ ପ୍ରତିନିଧି ନିଜର ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଶନିବାର ଅନାସ୍ଥା ବୈଠକରେ ଯୋଗଦେଇ ପାରିବେ ନାହିଁ ବୋଲି ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଫଳରେ ଉପଜିଲାପାଳ ଏମାନଙ୍କ ଅଭିଯୋଗକୁ ବିଚାରକୁ ନେଇ ଶନିବାର ସ୍ଥିରୀକୃତ ହୋଇଥିବା ଅନାସ୍ଥା ପ୍ରସ୍ତାବ ବୈଠକକୁ ଚିଠି ନଂ. ୪୨୭୬/ ୪ା୪ା ୨୫ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ ରହିଲା ବୋଲି ଉଲ୍ଲେଖ କରିଛନ୍ତି। ଏହାର ଏକ କିତା ନକଲ ବିଡିଓଙ୍କୁ ଚିଠି ନଂ. ୪୨୭୭ ପ୍ରକାଶ ପାଇଥିଲା। ଏ ନେଇ ଚିଠି ନଂ. ୪୨୭୮ ତହସିଲଦାର ମହାକାଳପଡ଼ାଙ୍କୁ ପ୍ରେରଣ କରାଗଲା ବୋଲି ଉପଜିଲାପାଳଙ୍କ କର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri