ଓଡ଼ିଶାରେ ୧୧ରୁ ‘ଆୟୁଷ୍ମାନ’

ଭୁବନେଶ୍ୱର, ୫।୪(ସୁନିତ୍‌ ମିଶ୍ର): ଆସନ୍ତା ୧୧ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍‌-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ ହେବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ମନମୋହନ ଗଣମାଧ୍ୟମକୁ ସୂଚନା ଦେଇ ଶୁକ୍ରବାର କହିଛନ୍ତି, ନଡ୍ଡା ୧୦ ତାରିଖ ବିଳମ୍ବିତ ରାତିରେ ଓଡ଼ିଶାରେ ପହଞ୍ଚିବେ।
ଭାରତ ଯୋଜନାର ଶୁଭାରମ୍ଭ କରିବେ। ସେ ସିପେଟ୍‌ ଏବଂ ଏମ୍‌ସ ଯିବା କାର୍ଯ୍ୟକ୍ରମ ରହିଛି। ସେହିଦିନ ବିଧାୟକମାନଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ୧୨ ତାରିଖରେ ସେ ଫେରିଯିବେ ବୋଲି ମନମୋହନ କହିଛନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ସତ୍ୟଭମାପୁର କାର୍ଯ୍ୟକ୍ରମରେ ଯୋଗଦେଇ ୨ ସପ୍ତାହ ଭିତରେ ଆୟୁଷ୍ମାନ୍‌ ଭାରତ ଯୋଜନାର ଶୁଭାରମ୍ଭ ହେବ ବୋଲି ସେ କହିଥିଲେ। ରାଜ୍ୟର ୩ କୋଟି ୫୨ ଲକ୍ଷ ଲୋକ ସ୍ବାସ୍ଥ୍ୟବୀମାର ସୁଫଳ ପାଇବେ। ଏହି ଯୋଜନାରେ ରାଜ୍ୟ ଭିତରେ ଏବଂ ବାହାରେ ୨୯ ହଜାର ହସ୍ପିଟାଲରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ପୂର୍ବ ସରକାର ସମୟରେ ୯ ଶହ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିବା ବେଳେ ଆୟୁଷ୍ମାନ୍‌ ଯୋଜନାକୁ ରାଜନୈତିକ ଉଦ୍ଦେଶ୍ୟରେ ଲାଗୁ କରାଉ ନ ଥିଲେ। ଗତ ମାର୍ଚ୍ଚ ୨୧ରେ ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଥିଲା। ଏନେଇ ଗୃହରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ରାଜ୍ୟରେ ଆୟୁଷ୍ମାନ୍‌ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ ଲାଗୁହେବ। ଏହି ଯୋଜନାରେ ମହିଳାଙ୍କୁ ବାର୍ଷିକ ୧୦ ଲକ୍ଷ ଏବଂ ପୁରୁଷଙ୍କୁ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ମିଳିବ। ଓଡ଼ିଶାର ଅଧିକ ୬ ଲକ୍ଷ ନୂଆ ହିତାଧିକାରୀ ଏଥିରେ ସାମିଲ ହେବା ଆଶା କରାଯାଉଛି। ଏହାସହ ୭୦ ବର୍ଷରୁ ଅଧିକ ବ୍ୟକ୍ତିଙ୍କ ପାଇଁ ଆୟୁଷ୍ମାନ୍‌ ବୟୋବନ୍ଦନ ଯୋଜନା ଲାଗୁ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri