ଅସହ୍ୟ ହେଲା ସ୍ତ୍ରୀଙ୍କ ନିର୍ଯାତନା; ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ଟ୍ରେନ୍‌ ଆଗକୁ ଡେଇଁଲେ ଯୁବକ 

ଖୋର୍ଦ୍ଧା,୫।୪(ପ୍ରଭାତ ପାଣିଗ୍ରାହୀ): ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ ପାଇଁ  ମୁଁ ଆଜି ସୁଇସାଇଡ୍‌ କରୁଛି। ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଅପ୍‌ଲୋଡ୍‌ କରି ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତ ଗ୍ରାମରେ। ତେବେ ରାମଚନ୍ଦ୍ରଙ୍କ ଆତ୍ମହତ୍ୟା ପୂର୍ବର ଭିଡିଓ ସହ ସ୍ତ୍ରୀଙ୍କ ସହ ତାଙ୍କ କଥାବାର୍ତ୍ତାର ଏକ ଅଡ଼ିଓ ମଧ୍ୟ ଭାଇରାଲ ହେଉଛି। ଅଡିଓରେ ସ୍ତ୍ରୀ ତାଙ୍କୁ ‘ଆହୁରି ମରିନ’ ବୋଲି କହୁଥିବା ଦେଖାଯାଉଛି। ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ସୂଚନାନୁଯାୟୀ, ଶୁକ୍ରବାର ରାତିରେ  ଜଙ୍କିଆ ଥାନା ଅନ୍ତର୍ଗତ ନରଣଗଡ଼ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏହା ରାମଚନ୍ଦ୍ରଙ୍କର ବୋଲି ଜଣାପଡିଥିଲା। ପରେ ମୃତଦେହକୁ ରାମଚନ୍ଦ୍ରଙ୍କ ପରିବାରଲୋକେ ଚିହ୍ନଟ କରିଥିଲେ।
ରାମଚନ୍ଦ୍ର  ଜଙ୍କିଆ ଥାନା ଅଞ୍ଚଳରେ ବିବାହ କରିଥିଲେ। ତାଙ୍କର ଏକ କନ୍ୟା ସନ୍ତାନ ମଧ୍ୟ ଅଛି। ଗତ କିଛି ବର୍ଷ ଦାମ୍ପତ୍ୟ ଜୀବନ ସୁରୁଖୁରୁରେ ଚାଲିବା ପରେ କଳହ ବଢ଼ିଚାଲିଥିଲା। ଶେଷରେ ସ୍ତ୍ରୀଙ୍କ ନିର୍ଯାତନା ଅସହ୍ୟ ହେଉଥିବା ଦର୍ଶାଇ ମୋବାଇଲରେ ଏକ ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ଶେୟାର କରିଥିଲେ ରାମଚନ୍ଦ୍ର। ପରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଖବର ପାଇ ରେଳ ବିଭାଗ ପୋଲିସ ଏବଂ ଜଙ୍କିଆ ଥାନା ମୃତଦେହ ଜବତ କରିଛି।
ଅପରପକ୍ଷେ ମୃତ ରାମଚନ୍ଦ୍ରଙ୍କ ମା’ବାପା ପୁଅଙ୍କୁ ହରାଇ ଭାଙ୍ଗି ପଡ଼ିଛନ୍ତି। ସେମାନେ ପରିବାରର ଅନ୍ୟ ସଦସ୍ୟ ଏବଂ ସମ୍ପର୍କୀୟଙ୍କ ସହ ମିଶି ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନାରେ ପହଞ୍ଚି ଅଭିଯୋଗ କରିଛନ୍ତି। ଥାନା ଅଧିକାରୀ ମୃତ ଯୁବକଙ୍କ ମା’ଙ୍କଠାରୁ ଅଭିଯୋଗ ଗ୍ରହଣ କରି ଏକ ମାମଲା(୮୫/୨୫) ରୁଜୁ କରିଛି। ଘଟଣାରେ ଶାଶୁ ଏବଂ ସ୍ତ୍ରୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri