ଏଣିକି ନିଜ ଲଢ଼େଇ ନିଜର

ଦେବଗଡ଼,୬।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ବୁଢାପାଳସ୍ଥିତ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ଗତ ମାସ ୨୧ ତାରିଖଠାରୁ ଆରମ୍ଭ ହୋଇଥିବା ଛାତ୍ରୀ ଆତ୍ମ ସୁରକ୍ଷା ଶିବିର ଶନିବାର ଉଦ୍‌ଯାପିତ ହୋଇଯାଇଛି। ପୂର୍ବାହ୍ନରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡିଲେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ମହାବିଦ୍ୟାଳୟ ଓଡିଆ ବିଭାଗ ମୁଖ୍ୟ ଡାକ୍ତର ଭାରତ ଭୂଷଣ ନନ୍ଦ ଓ ଶିକ୍ଷା ବିଭାଗ ମୁଖ୍ୟ ଡାକ୍ତର ର୍ନିମଳ ଚନ୍ଦ୍ର ଦାଶ, ଡାକ୍ତର ସୁରମା ପତି, ଡାକ୍ତର ଜଗବନ୍ଧୁ ପ୍ରଧାନ, ଦୀପକ କୁମାର ସାହୁ, ଅଜୟ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ସାଂପ୍ରତିକ ପରିସ୍ଥିତିରେ ଛାତ୍ରୀ ଆତ୍ମ ସୁରକ୍ଷା ଶିବିରର ଆବଶ୍ୟକତା ଓ ଉପାଦେୟତା ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ହାସଲ କରିଥିବା ଛାତ୍ରୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ଅଧ୍ୟାପିକା ରୀନା ବିଶ୍ୱାଳ ପରିଚାଳନା କରିଥିବା ବେଳେ ଶେଷରେ ଡାକ୍ତର ଭାରତ ଭୂଷଣ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ। ତଥା ସଂଯୋଜିକା ରୀନା ବିଶ୍ୱାଳଙ୍କ ତତ୍ୱାବଧାନରେ ଆୟୋଜିତ ଶିବିରରେ ପ୍ରଶିକ୍ଷିକା ଭାବେ ଲିଜା ସାହୁ ଯୋଗଦେଇ ଛାତ୍ରୀମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri