Posted inରାଜ୍ୟ

‘BJPରେ ମିଶିବାକୁ ଚାହୁଁଛନ୍ତି ରାଜ୍ୟର ସବୁ BJD ନେତା’

ଭୁବନେଶ୍ୱର,୬।୪: ରାଜ୍ୟର ପ୍ରମୁଖ ବିରୋଧୀ ଦଳ ବିଜେଡିରେ ସବୁକିଛି ଠିକ୍‌ ଚାଲିନାହିଁ। ଓ୍ବକଫ୍‌ ବିଲ୍‌କୁ ନେଇ ଦଳୀୟ ମୁଖ୍ୟ ଆଭିମୁଖ୍ୟ ସ୍ପଷ୍ଟ କରିବା ସତ୍ତ୍ୱେ ଏମ୍‌ପି ସସ୍ମିତ ପାତ୍ର ଏହାକୁ ସମର୍ଥନ ଦେଇଥିଲେ। ଏହି ଘଟଣାକୁ ନେଇ ଏବେ ଦଳ ଦୁଇଫାଳ ହୋଇଯାଇଛି। ଏଭଳି ସ୍ଥିତିରେ ଭାଜପା ଦଳକୁ ଟାର୍ଗେଟ କରୁଥିବା ଦେଖାଯାଉଛି।

ଏବେ ଭାଜପାର ବିଧାୟକ ତଥା ମନ୍ତ୍ରୀ ଥିବା ସମ୍ପଦ ସ୍ବାଇଁ ବଡ଼ ବୟାନ ଦେଇଛନ୍ତି। ସବୁ ବିଜେଡି ନେତା ଭାଜପାରେ ସାମିଲ ହେବାକୁ ଚାହୁଁଛନ୍ତି। ଶୀର୍ଷ ନେତୃବୃନ୍ଦରୁ ନେଇ ତଳସ୍ତର ଯାଏ ସବୁ ଯୋଗାଯୋଗରେ ଅଛନ୍ତି। ହେଲେ ଭାଜପା କାହାକୁ ଗ୍ରହଣ କରିବ, ନ କରିବ ତାହା ବରିଷ୍ଠ ନେତୃବୃନ୍ଦ ନିଷ୍ପତ୍ତି ନେବେ। ଅଳ୍ପ ଦିନରେ ବିଜେଡି ବିଲୁପ୍ତ ହୋଇଯିବ। ବିରୋଧୀ ଦଳରେ ରହିବାକୁ ବିଜେଡି ନେତାମାନଙ୍କୁ ଭଲ ଲାଗୁନି ବୋଲି ସେ କହିଛନ୍ତି।

ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଖ୍ୟ ପରାମର୍ଶଦାତା ନବୀନଙ୍କୁ ଗୃହବନ୍ଦୀ କରି ରଖିଛନ୍ତି। ପୂର୍ବରୁ ବି ରଖିଥିଲେ, ଏବେ ବି ସେ ଗୃହବନ୍ଦୀ ଅଛନ୍ତି। ନବୀନଙ୍କୁ ଦିଲ୍ଲୀ ନେଇ ବ୍ଲାକ୍‌ ଡିଲ୍‌ କରିଛନ୍ତି। ମିଳିତ ମନ୍ତ୍ରିମଣ୍ଡଳ କରିବାକୁ ଯୋଜନା କରିଥିବା ନରସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri