ବିରିଡିହାରେ ରାମନବମୀ

ଆନନ୍ଦପୁର,୬ା୪: ବିରିଡିହା ଗ୍ରାମରେ ରବିବାର ଶ୍ରୀରାମ ନବମୀ ପୂଜା ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ରବିବାର ସକାଳେ ସମସ୍ତେ ଏକତ୍ରିତ ହୋଇ ବିରାଟ ବାଇକ୍‌ ଶୋଭାଯାତ୍ରାରେ ନିକଟସ୍ଥ ନଦl ପୋଖରୀରେ କଳସ ବୁଡ଼ାଇ ଶୋଭାଯାତ୍ରାରେ ରାମନବମୀ ମନ୍ଦିରରେ ପହଞ୍ଚି କଳସ ସ୍ଥାପନ କରିଥିଲେ। ପୂଜକ ପୀତାମ୍ବର ପଣ୍ଡା ଏବଂ ହରିନାଥ ଷଡ଼ଙ୍ଗୀ ରୀତିନୀତି ଅନୁସାରେ କଳସ ପୂଜକରି ଶ୍ରୀରାମନବମୀ ପୂଜା ଯଥା ରୀତିକାନ୍ତି ଅନୁସାରେ ଅନୁଷ୍ଠିତ ହୋଇଥିଲା। କର୍ତ୍ତା ଭାବେ କୁଶୋଧୋଜ ସାହୁ ରହିଥିବା ବେଳେ ସାଥୀରେ ଶରତ ସାହୁ, ମଦନ ସାହୁ, ବାବୁଲି ସାହୁ, ସିପୁନୁ ସାହୁ,ଗଦାଧର ଦାସ, କନ୍ଦେଶ୍ୱର ଦଳେଇ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ରାମନବମୀ ପୂଜା କମିଟର ଯୁବକମାନେ ସହଯୋଗ କରିଥିଲେ। ପୂଜା ତିନିଦିନ ଧରି ଚାଲୁରହିବ। ଏଥିସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ ବୋଲି କମିଟିର ସଦସ୍ୟ ସୁଦାମ ଚରଣ ସାହୁ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ବସ୍‌ରେ ଦିବ୍ୟାଙ୍ଗ ନାବାଳିକାଙ୍କୁ କଣ୍ଡକ୍ଟରଙ୍କ ଦୁର୍ବ୍ୟବହାର, ବସ୍‌ ମାଲିକଙ୍କୁ ନୋଟିସ୍‌

କେନ୍ଦୁଝର,୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଦିବ୍ୟାଙ୍ଗ ନାବାଳିକା ତାଙ୍କ ମା’ଙ୍କ ସହିତ ଚିକିତ୍ସା ପାଇଁ ଭୁବନେଶ୍ବରକୁ ଯାଉଥିବା ବେଳେ ସେମାନଙ୍କୁ ଏକ ବସ୍‌ର କଣ୍ଡକ୍ଟର ଦୁର୍ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri