ବାଇକ୍‌ ଉପରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ସୋନପୁର,୬।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଖାରୀ-ବଲାଡି ରାସ୍ତାରେ ରବିବାର ଏକ ସର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବଲାଡି ପୋଲ ନିକଟରେ ବାଇକ୍‌କୁ ଏକ ହାଇଓ୍ବା ଧକ୍କା ଦେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ତରଭା ଥାନା ବଲାଡି ଗାଁର ଦୁର୍ଯ୍ୟେଧନ ସୁନା(୪୫) ଓ ଶିବନାରାୟଣ ସାହୁ(୩୫)। ଆହତ ଧୁରୁକୁଟୁ କଲତା(୫୭)ଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ହାଇଓ୍ବା ଡ୍ରାଇଭରଙ୍କ ବେପରୁଆ ଡ୍ରାଇଭିଂ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଡ୍ରାଇଭରଙ୍କୁ ଗିରଫ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ କ୍ଷତିପୂରଣ ଦାବିରେ ଅଞ୍ଚଳବାସୀ ବଲାଡିଠାରେ ରାସ୍ତାରୋକୋ କରିଛନ୍ତି। ଖବରପାଇ ଅତିରିକ୍ତ ଆରକ୍ଷୀ ଅଧୀତ୍କ୍ଷକ କେ.କେ. ହରିପ୍ରସାଦ, ସୋନପୁର ଉପଜିଲାପାଳ ଡ. ସୌମ୍ୟରୂପା ରଥ, ସୋନପୁର ବିଡିଓ ସଞ୍ଜିବ ସାହୁ, ସୋନପୁର ଏସ୍‌ଡିପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ତରଭା ଆଇଆଇସି ଅନିତା କିଡୋ, ସୋନପୁର ଅତିରିକ୍ତ ତହସିଲଦାର ଯୋଗେଶ୍ୱର ଧରୁଆ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରୁଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ରାସ୍ତାରୋକୋ ଜାରି ରହିଛି।

ସୂଚନା ଅନୁଯାୟୀ ବଲାଡି ଗାଁର ଦୁର୍ଯ୍ୟୋଧନ ସୁନା ଓ ଧୁରୁକୁଟୁ କଲତା ବସ୍‌ରେ ଆସି ଖାରୀ ଛକରେ ଓହ୍ଲାଇଥିଲେ। ଶିବନାରାୟଣ ଉଭୟଙ୍କୁ ନିଜ ବାଇକ୍‌ (ନଂ. ଓଡି୩୧ଏଫ-୨୭୪୫)ରେ ବଲାଡି ନେଉଥିଲେ। ତେବେ ତିନି ଜଣ ଗାଁରେ ପହଞ୍ଚିବା ଠିକ୍‌ ପୂର୍ବରୁ ଦୁର୍ଘଟଣା ଘଟିଥିଲା। ଏକ ହାଇଓ୍ବା ସମ୍ମୁଖ ପଟୁ ବାଇକ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଡ୍ରାଇଭର ହାଇଓ୍ବାକୁ ନେଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri