୨୦୨୬ ଫେବୃଆରୀରେ ସରିବ ସମଲେଶ୍ୱରୀ ପ୍ରକଳ୍ପ: ମନ୍ତ୍ରୀ

ସମ୍ବଲପୁର,୬ା୪(ପ୍ରମୋଦ ବହିଦାର): ସମ୍ବଲପୁର ସମଲେଶ୍ୱରୀ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ କାମ ୨୦୨୬ ଫେବୃଆରୀ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ୨୦୨୫ ଅଗଷ୍ଟ ସୁଦ୍ଧା ଏହାର ଲୋକାର୍ପଣ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ମାତ୍ର ଜମି ଅଧିଗ୍ରହଣ ସମସ୍ୟା ପାଇଁ ସମ୍ପୂର୍ଣ୍ଣ ହେବା ବିଳମ୍ବ ହୋଇଥିଲା। ବର୍ତ୍ତମାନ ଏହି ସମସ୍ୟା ଦୂର ହୋଇଛି ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ରବିବାର ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ଯୋଗଦେବା ପରେ ମନ୍ତ୍ରୀ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସମ୍ବଲପୁର ସହରର ସୌନ୍ଦର୍ଯ୍ୟକରଣ, ସମଲେଇ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟ, ବୁର୍ଲାର ରିଂରୋଡ ପ୍ରକଳ୍ପ ସହିତ ସମ୍ବଲପୁରର ପରିବର୍ଦ୍ଧିତ ରିଂରୋଡ଼ ଆଦି ମୋଟ ୮ଟି ବଡ଼ ଯୋଜନା ଉପରେ ଆଲୋଚନା ହୋଇ ଏଗୁଡ଼ିକୁ ଚୂଡ଼ାନ୍ତ କରାଯାଇଛି।

ବିଶେଷକରି ଜାତୀୟ ରାଜପଥ ପ୍ରାଧିକରଣ ଓ ପୂର୍ତ୍ତ ବିଭାଗ ଅଧୀନରେ ହେବାକୁ ଥିବା ପ୍ରସ୍ତାବିତ ସମ୍ବଲପୁରର ପରିବର୍ଦ୍ଧିତ ରିଂରୋଡ ପ୍ରକଳ୍ପକୁ ନେଇ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହିତ ଅଲୋଚନା ହୋଇଥିଲା। ଆଗାମୀ ୫୦ବର୍ଷର ପାଇଁ କ୍ରମବର୍ଦ୍ଧିଷ୍ଣୁ ସମ୍ବଲପୁର ସହର ଓ ଏହାର ବାଣିଜି୍ୟକ ପୃଷ୍ଠଭୂମିର ବିକାଶକୁ ଦୃଷ୍ଟିରେ ରଖି ଏହି ପ୍ରକଳ୍ପକୁ ବିଶେଷ ଗୁରତ୍ୱ ଦିଆଯାଇଛି।

ସମ୍ବଲପୁର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ବିଧାୟକ ଜୟନାରାୟଣ ମିଶ୍ର, ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସଚିନ ରାମଚନ୍ଦ୍ର ଯାଦବ, ଉତ୍ତରାଞ୍ଚଳ ଆଇଜି ହିମାଂଶୁ କୁମାର ଲାଲ୍‌, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ଏସ୍‌ପି ମୁକେଶ କୁମାର ଭାମୁ, ମହାନଗର ନିଗମ ଆୟୁକ୍ତ ବେଦଭୂଷଣଙ୍କ ସମେତ ଏମ୍‌ସିଏଲ୍‌, ହିଣ୍ଡାଲ୍‌କୋ, ଜେଏସ୍‌ଡବ୍ଲ୍ୟୁ-ବିପିଏସ୍‌ଏଲ୍‌, ଏନ୍‌ଏଲ୍‌ସି, ଜାତୀୟ ରଜାପଥ ପ୍ରାଧିକରଣ, ପୂର୍ତ୍ତ , ଜଳସମ୍ପଦ ବିଭାଗ ଆଦି ବିଭିନ୍ନ ଶିଳ୍ପାନୁଷ୍ଠାନ ତଥା ଯାନ୍ତ୍ରିକ ବିଭାଗ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri