ସାହିଯାତ ଆରମ୍ଭ: ଶ୍ରୀକ୍ଷେତ୍ର ଉତ୍ସବମୁଖର

ପୁରୀ,୭ା୪(ଅଜିତ୍‌ କୁମାର ମହାନ୍ତି): ପବିତ୍ର ରାମନବମୀଠାରୁ ଶ୍ରୀମନ୍ଦିର ତଥା ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ଏଥିପାଇଁ ଶ୍ରୀକ୍ଷେତ୍ର ଉତ୍ସବମୁଖର ହୋଇଉଠିଛି। ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ଶ୍ରୀରାମ ଜନ୍ମଠାରୁ ରାମାଭିଷେକ ପର୍ଯ୍ୟନ୍ତ ନୀତିକାନ୍ତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ନୀତି ସହ ଅଙ୍ଗାଙ୍ଗୀ ଭାବେ ସାହିଯାତ ଜଡ଼ିତ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପାସନାରେ ଏକ ଅଙ୍ଗ ଭାବେ ଶ୍ରୀରାମଳୀଳାକୁ ବିବେଚନା କରାଯାଏ। ଶ୍ରୀମନ୍ଦିରରେ ଏହି ଲୀଳା ପାଳନ ହେବା ସହ ଶ୍ରୀକ୍ଷେତ୍ରର ଆଠ ସାହିରେ ଯାତ ଅନୁଷ୍ଠିତ ହୋଇଥାଏ। ସାହିଯାତରେ ସମରକଳା, ଲୋକକଳା, ଲୋକନୃତ୍ୟ ଓ ସାଂସ୍କୃତିକ ପରମ୍ପରା ଦେଖିବାକୁ ମିଳିଥାଏ। ପୁରୀର ଆଠ ସାହି ଆଖଡ଼ା ପକ୍ଷରୁ ଏହି ଯାତ ଅନୁଷ୍ଠିତ ହୋଇଥାଏ। ଯାତରେ ରାମଜନ୍ମ, ଯଜ୍ଞରକ୍ଷା, ସୀତା ବିବାହ, ପର୍ଶୁରାମଙ୍କ କଳାହରଣ, ଶ୍ରୀରାମଙ୍କ ବନବାସ, ଲଙ୍କାପୋଡ଼ି, ସେତୁବନ୍ଧ ପ୍ରତିଷ୍ଠା, ରାବଣ ବଧ ଏବଂ ରାମାଭିଷେକ ଲୀଳା ହୋଇଥାଏ।
ସାହିଯାତର ପ୍ରଥମ ଦିବସରେ ରବିବାର କାଳିକାଦେବୀ ସାହି ଆଖଡ଼ା ପକ୍ଷରୁ ରାମଜନ୍ମ ନୀତି ପ୍ରସ୍ତାବ ଆଗତ କରାଯିବା ସହ ଶ୍ରୀରାମ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଶ୍ରୀରାମ, ଲକ୍ଷ୍ମଣ, ଭରତ, ଶତ୍ରୁଘ୍ନ, ଋଷ୍ୟଶୃଙ୍ଗ ଆଦି ବେଶଧାରୀମାନେ ସାହିରୁ ବାହାରି ପ୍ରଥମେ ମା’ ଦକ୍ଷିଣକାଳୀଙ୍କୁ ଦର୍ଶନ କରିବା ସହ ଆଜ୍ଞାମାଳ ପ୍ରାପ୍ତ ହୋଇଥିଲେ। ପରେ ସେମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀରାମ ଜନ୍ମ ନୀତିରେ ସାମିଲ ହୋଇଥିଲେ।
ସେଠାରୁ ଚରୁଅନ୍ନ ଆଣି ମା’ଦକ୍ଷିଣକାଳୀଙ୍କୁ ଅର୍ପଣ କରାଯିବା ପରେ ବେଶଧାରୀମାନେ ବନ୍ଧୁସାହି, ମାଟିମଣ୍ଡପ ସାହି ପରିକ୍ରମା କରିଥିଲେ। ଏଥିସହ ନାଗା, ମେଢ଼ର ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା। ନାଗା, ନବଶିରା ସହିତ ବିଭିନ୍ନ ମେଢ଼ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ।
ବୀରବାଦ୍ୟରେ କମ୍ପିଉଠିଥିଲା ଶ୍ରୀକ୍ଷେତ୍ର। ବିଭିନ୍ନ ଠାଣିରେ ମଜ୍ଜିଯାଇଥିଲେ ସାହି ଭେଣ୍ଡିଆ। ବୀରଦର୍ପ ଚାଲି, କଥାକୁହା ଆଖି ଓ ମନମତାଣିଆ ବେଶରେ ସମସ୍ତେ ବିଭୋର ହୋଇଥିବା ବେଳେ ମଲ୍ଲୀଫୁଲ ମାଳର ବାସ୍ନାରେ ମହକିଛି ଶ୍ରୀକ୍ଷେତ୍ର। ସାହିକୁ ରଙ୍ଗିନ ଆଲୋକରେ ସୁସଜ୍ଜିତ କରାଯାଇଥିଲା। ଆଠସାହି ଆଖଡ଼ାର ମୁରବିମାନେ ସାହିଯାତରେ ସାମିଲ ହୋଇଥିଲେ। ଜିଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ଓ ସାତସାହି ମୁରବି ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri