ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ ଟ୍ରଫି ଜିଲାସ୍ତରୀୟ ଫୁଟବଲ ପ୍ରତିଯୋଗିତା ସୋମବାର ଆନୁଷ୍ଠାନିକ ଭାବରେ ଉଦ୍‌ଘାଟିତ ହୋଇଯାଇଛି । ଜିଲା କ୍ରୀଡ଼ା ସଂସଦର ଉପ ସଭାପତି ଯୁଗଳ ପ୍ରସାଦ ସିଂଙ୍କ ପୌରହିତ୍ୟ ଓ ସଚ୍ଚିଦାନନ୍ଦ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ବରଗଡ଼ ଜିଲାପାଳ ତଥା ଜିଲା କ୍ରୀଡ଼ା ସଂସଦ ସଭାପତି ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ବରଗଡ଼ ଆରକ୍ଷୀ ଅଧିକ୍ଷକ ତଥା କ୍ରୀଡ଼ା ସଂସଦ ଉପ ସଭାପତି ପ୍ରହଲ୍ଲାଦ ସହାୟ ମୀନା ଅତିଥି ଭାବରେ ଯୋଗଦେଇଥିଲେ। ଜିଲା କ୍ରୀଡ଼ା ସଂସଦର ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ର, ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ଉପ ସଭାପତି ରବି ପଣ୍ଡା, ପ୍ରାକ୍ତନ ସମ୍ପାଦକ ଅରୁଣ କୁମାର ମହାନ୍ତି, ପ୍ରଭାତ ଆଦିତ୍ୟ ମିଶ୍ର , କ୍ରୀଡ଼ା ସମ୍ପାଦକ ହରଦୀପ ସିଂ, ଫୁଟବଲ ସମ୍ପାଦକ ଶେକ ସବଦର, କୋଷାଧ୍ୟକ୍ଷ ଡଃ ଶୁଭ୍ରାଂଶୁ ଶେଖର ମହାପାତ୍ର, ଆଉଟଡୋର୍‌ ଗେମ୍ସ ସମ୍ପାଦକ ସୁରେଶ ଦାଶ, ଜିଲା କ୍ରୀଡ଼ା ଅଧିକାରୀ ଅଜୟ ପଟ୍ଟନାୟକ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା, କାଉନସିଲ ସଦସ୍ୟ ମହେନ୍ଦ୍ର ଦାଶ, ପ୍ରାକ୍ତନ ଖେଳାଳି ପ୍ରେମନାଥ ଗିରି, ଜ୍ଞାନ ରଞ୍ଜନ ପୂଜାରୀ, ପ୍ରଦୀପ ପ୍ରଧାନ, ଶୌର୍ଯ୍ୟ ରଞ୍ଜନ ରାଏ, ବେଣୁ ପ୍ରଧାନ, ସୁଜିତ୍‌ ମହାନ୍ତି, ରମାକାନ୍ତ ଦାଶ, ବିକାଶ ବିଶାଳ ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟନୀ ମ୍ୟାଚ୍‌ଟି ୟୁନାଇଟେଡ ସ୍ପୋର୍ଟସ କ୍ଲବ ଓ ସୁପର ଜିମ୍ନାସିୟମ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ଏଥିରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ୨-୧ ଗୋଲରେ ବିଜୟୀ ହୋଇଥିଲା। ୟୁନାଇଟେଡ ସ୍ପୋର୍ଟସ କ୍ଲବ ଦଳର ୧୧ ନମ୍ବର ଖେଳାଳି ରୋହନଙ୍କୁ ମ୍ୟାଚର ଶ୍ରେଷ୍ଠ ଖେଳାଳି ଭାବରେ ପୁରସ୍କୃତ କରାଯାଇଥିଲା। ଖେଳକୁ ଶୁଭମ ପାତ୍ର ପରିଚାଳନା କରିଥିବା ବେଳେ ତାଙ୍କୁ ଲାଇନରେ ପୂର୍ଣ୍ଣ ଚନ୍ଦ୍ର ଭୁଏ, ବଣ୍ଟି ପ୍ରଧାନ। ଚତୁର୍ଥ ରେଫରି ଥିଲେ ଉମାକାନ୍ତ ସାହୁ ସହଯୋଗ କରିଥିଲେ । ସୁରେଶ ଦାଶ ମ୍ୟାଚ କମିଶନର ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri