ଆଜି ଚୈତ୍ର ମଙ୍ଗଳବାର ଶେଷ ପାଳି: ବାସନ୍ତିକ ଦୁର୍ଗା ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୮।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ଶେଷ ପାଳିରେ ମା’ ତାରାତାରିଣୀ ବାସନ୍ତିକ ଦୁର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଚୈତ୍ରମାସରେ ମା’ଙ୍କୁ ଶେଷ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇ ନିଜ ନିଜର ଶୁଭ ମନାସି ପୁଣି ଆର ବର୍ଷକୁ ଅପେକ୍ଷା କରିଛନ୍ତି।

ବହୁ ଦୂରଦୂରାନ୍ତରୁ ଭକ୍ତମାନେ ମା’ଙ୍କୁ ଦର୍ଶନ କରିବା ନିମନ୍ତେ ମନ୍ଦିରକୁ ଛୁଟି ଆସିଛନ୍ତି। ମନସ୍କାମନା ପୂରଣ ଲାଗି ମାନସିକଧାରୀମାନେ ନିଜ ଶିଶୁଙ୍କ ମୁଣ୍ଡନ କରାଇଛନ୍ତି। ଶେଷ ପାଳିରେ ଭୋର ସାଢେ ୪ରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଷେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ଥିଲା। ପରେ ମା’ ତାରାତାରିଣୀଙ୍କୁ ବାସନ୍ତିକ ଦୁର୍ଗା ବେଶରେ ସଜ୍ଜିତ କରାଯାଇଥିଲା। ସକାଳ ୫ଟାରେ ସାହାଣ ମେଲା ହୋଇ ମା’ ଭକ୍ତଙ୍କୁ ଦର୍ଶନ ଦେଇଥିଲେ।

ଏହାସହ ଭୋର ୩.୩୦ରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। ଭକ୍ତମାନେ ପାହାଡ଼ ପାଦଦେଶ ମୁଣ୍ଡନ ଶାଳାରେ ଶିଶୁଙ୍କ ମୁଣ୍ଡନ କରାଇ ୯୯୯ ପାହାଛ ଚଢି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରୁଛନ୍ତି।

ଶାନ୍ତି ଶୃଙ୍ଖଳାର ସହ ମା’ଙ୍କ ଚୈତ୍ର ଯାତ୍ରା ଶେଷ ହେବ ସେ ନେଇ ଦେବୋତ୍ତର ବିଭାଗ ଓ ଜିଲା ପ୍ରଶାସନ, ମନ୍ଦିର ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତମାନଙ୍କ ପାଇଁ ପାନୀୟ ଜଳର ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ଼ର ସହ ପାହାଡ ଉପରକୁ ଯାଇ ମା’ଙ୍କୁ ଦର୍ଶନ କରିବା ନିମନ୍ତେ ୨୦ରୁ ଅଧିକ ସିଟି ବସର ବ୍ୟବସ୍ଥା କରାଯାଇଛି ।

ଭକ୍ତମାନଙ୍କୁ ଯେଭଳି କୌଣସି ଅସୁବିଧା ନ ହୁଏ ସେନେଇ ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ରଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇ ଆଇନ ଶୃଙ୍ଖଳା ଓ ଟ୍ରାଫିକ ନୟନ୍ତ୍ରଣ କରୁଛନ୍ତି।

ଚଳିତ ମାସରେ ୪ଟି ମଙ୍ଗଳବାର ପଡିଥିବା ଯୋଗୁ ମା’ଙ୍କ ପୂଜାର୍ଚ୍ଚନା ମଧ୍ୟ ବେଶ ଆଡ଼ମ୍ବର ସହକାରେ ପାଳନ ହୋଇଛି । ଆଉ ମା’ଙ୍କୁ ହଜାର ହଜାର ଭକ୍ତ ଶୃଙ୍ଖଳାର ସହ ଦର୍ଶନ କରି ବେଶ ଆନନ୍ଦିତ ହୋଇଛନ୍ତି। ସେବାୟତ ସଂଘର ସଭାପତି ତପନରଣା, ବାପୁଜୀ ରଣାଙ୍କ ସମେତ ସମସ୍ତ ସେବାୟତମାନେ ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri