ସରକାରୀ ଜମିରୁ ଜବରଦଖଲ ମୁକ୍ତ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଖାଲି ହେଲା ଗୋଚର, ଗ୍ରାମ୍ୟ ରାସ୍ତା ଜମି

ମହାକାଳପଡ଼ା, ୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଖରିନାସୀ ପଞ୍ଚାୟତ ହରିଆବାଙ୍କ ଗ୍ରାମର କେତେଜଣ ବ୍ୟକ୍ତି ବେଆଇନ ଭାବେ ସରକାରୀ ଜମିକୁ ଜବରଦଖଲକରି ଦୀର୍ଘବର୍ଷ ଧରି ରହି ଆସୁଥିଲେ। ଏହି ଜମିକୁ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତହସିଲଦାରଙ୍କ ଉପସ୍ଥିତିରେ ମାପଚୁପ କରାଯାଇ ମେଶିନ ଲଗାଇ ଉଚ୍ଛେଦ କରାଯାଇଛି।
ଜବରଦଖଲ ଯୋଗୁ ହରିଆବାଙ୍କ ଗ୍ରାମର ଲୋକେ ରାସ୍ତାରେ ଯାତାୟାତ ପାଇଁ ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହେଉଥିଲେ। ଏ ନେଇ ଗ୍ରାମର ଲୋକ ପ୍ରଶାସନକୁ ଅବଗତ କରିଥିଲେ। ବେଆଇନ ଭାବେ ଜବରଦଖଲକାରୀଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବାରୁ ଗ୍ରାମବାସୀଙ୍କ ପକ୍ଷରୁ ପଶୁପତି ଜାନା ନ୍ୟାୟ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏହି ମାମଲାକୁ ଗ୍ରାମବାସୀଙ୍କ ପକ୍ଷରୁ ଆଇନଜୀବୀ ସରୋଜ କୁମାର ପାଢ଼ୀ ପରିଚାଳନା କରୁଥିଲେ। ହାଇକୋର୍ଟରେ ରିଟ ପିଟିଶନ (ଜନସ୍ବାର୍ଥ ମାମଲା) କେସ୍‌ ନମ୍ବର ୫୪୧୭/୨୫ ରୁଜୁହେବା ପରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତିଙ୍କ ୨ ଜଣିଆ ଖଣ୍ଡପୀଠ ବିଚାରକରି ଅର୍ଡର ୧୯ା୩ା୨୦୨୫ ତୁରନ୍ତ ତଦନ୍ତ କରିବା ସହ ସରକାରୀ ଜମି ଜବରଦଖଲ ମୁକ୍ତ କରିବା ସହ ୧୫ ଦିନ ମଧ୍ୟରେ କୋର୍ଟଙ୍କୁ ଅବଗତ କରିବା ପାଇଁ ମହାକାଳପଡ଼ା ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୋମବାର ପୂର୍ବାହ୍ନରେ ମହାକାଳପଡ଼ା ତହସିଲଦାର ଶିବ ମଲିକଙ୍କ ସହ ତହସିଲ କାର୍ଯ୍ୟାଳୟର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ବେଆଇନ ଭାବେ ଜବରଦଖଲରେ ଥିବା ସରକାରୀ ଜମି ମାପ ଚୁପ କରିବା ପରେ ମୁକ୍ତ ହୋଇଥିଲା। ଜବରଦଖଲ ଜମି ମାପଚୁପ ହୋଇଥିବା ଖରିନାସୀ ମୌଜା ଖାତା ନଂ. ୭୦ ଓ ପ୍ଲଟ୍‌ ନଂ. ୩୦୩ ଅର୍ନ୍ତଭୁକ୍ତ ୨ ଏକର ୧୨ ଡିସିମିଲି କିସମରେ ରାସ୍ତା। ସେହିପରି ଖାତା ନଂ. ୭୧, ପ୍ଲଟ୍‌ ନଂ. ୫୬ରେ ୩ ଏକର ୫୦ ଡିସିମିଲି କିସମରେ ଗୋଚର ଜମି ଓ ଅନ୍ୟ ଏକ ଖାତା ନଂ. ୭୧ରେ ପ୍ଲଟ ନଂ. ୨୫୨ ଏକର ୦ . ୫୨୦ ଡିସିମିଲି କିସମରେ ଗୋଚର ଜମିକୁ ଅମିନ ଉପସ୍ଥିତ ରହି ମାପଚୁପ କରି ତହସିଲଦାରଙ୍କୁ ଚିହ୍ନଟ ଦେଇଥିଲେ। ଉକ୍ତ ସରକାରୀ ଜମି ଚିହ୍ନଟ ପରେ ସିମେଣ୍ଟ ଖୁଣ୍ଟ ପୋତାଯାଇଛି। ଏ ନେଇ ଉଚ୍ଛେଦ ଓ ମାପଚୁପ ଜମି ଚିହ୍ନଟ ହୋଇଥିବା ତଦନ୍ତ ରିପୋର୍ଟ ହାଇକୋର୍ଟଙ୍କୁ ଅବଗତ କରାଯିବ ବୋଲି ତହସିଲ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଘଟଣାସ୍ଥଳରେ ତହସିଲ ରାଜସ୍ବ ସୁପରଭାଇଜର ନଳିନୀକାନ୍ତ ପୃଷ୍ଟି, ରାଜସ୍ବ ନିରୀକ୍ଷକ ବିଜୟ କୁମାର ବେହେରା, ଅମିନ ଅଶୋକ ବେହେରା, ପ୍ରଫୁଲ୍ଲ କୁମାର ଦାସଙ୍କ ସମେତ ଜମ୍ବୁ ସାମୁଦ୍ରିକ ଥାନାର କର୍ମଚାରୀଙ୍କ ସହ ଏକ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri