ଲଗାତର ଦ୍ୱିତୀୟଥର ପାଇଁ ରେପୋ ରେଟ୍‌ କମାଇଲା RBI: EMI ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୯।୪: କମିଲା ରେପୋ ରେଟ। ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍‌କୁ ୨୫ ବେସିସ ପଏଣ୍ଟ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି। ଏହା ପରେ ରେପୋ ରେଟ୍‌ ୬.୦%କୁ ହ୍ରାସ ପାଇଛି। RBIର ଏହି ପଦକ୍ଷେପର ସିଧାସଳଖ ପ୍ରଭାବ ବ୍ୟାଙ୍କର ଋଣ, ଋଣ ହାର ଏବଂ EMI ଉପରେ ପଡ଼ିବ। ଆରବିଆଇ ଗଭର୍ନର ସଞ୍ଜୟ ମାଲହୋତ୍ରା କହିଛନ୍ତି, ମୁଦ୍ରା ନୀତି କମିଟି ସର୍ବସମ୍ମତିକ୍ରମେ ରେପୋ ରେଟ୍‌ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି।

ଆରବିଆଇ ଗଭର୍ନର କହିଛନ୍ତି, ନୂତନ ଆର୍ଥିକ ବର୍ଷ ବିଶ୍ୱ ଅର୍ଥନୀତିରେ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା। ବିଶ୍ୱ ଅନିଶ୍ଚିତତା ଦ୍ୱାରା ସୃଷ୍ଟି ହୋଇଥିବା ବିପଦ ଉପରେ କେନ୍ଦ୍ରୀୟ ବ୍ୟାଙ୍କ ନଜର ରଖିଛି। ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଭାରତର ରପ୍ତାନି ଉପରେ ଶୁଳ୍କ ଲଗାଇବାର କିଛି ଦିନ ପରେ RBIର ଏହି ପଦକ୍ଷେପ ନିଆଯାଇଛି।

୭ ରୁ ୯ ଏପ୍ରିଲ ପର୍ଯ୍ୟନ୍ତ ଚାଲିଥିବା ଏମପିସି ବୈଠକ ପରେ ବୁଧବାର ସକାଳେ ଆରବିଆଇ ଏହି ନିଷ୍ପତ୍ତି ନେଇଛି। ଲୋକଙ୍କ ଘର ଏବଂ ଗାଡ଼ି ଋଣର EMI ହ୍ରାସ ପାଇବ। ଲଗାତାର ଦ୍ୱିତୀୟ ଥର ପାଇଁ RBI ରେପୋ ରେଟ୍‌ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି।

ଗତ ଫେବୃଆରୀରେ, RBI ରେପୋ ହାରରେ ୦.୨୫ ପ୍ରତିଶତ ହ୍ରାସ ଘୋଷଣା କରିଥିଲା, ଯାହା ପରେ ରେପୋ ରେଟ୍‌ ୬.୫୦% ରୁ ୬.୨୫% କୁ ହ୍ରାସ ପାଇଥିଲା। ଜୁନ ୨୦୨୩ରେ, RBI ଦ୍ୱାରା ରେପୋ ହାର ୬.୫୦%କୁ ବୃଦ୍ଧି କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri