ସ୍ୱାମୀ ସ୍ତ୍ରୀ କଳହରୁ ଡିନାମାଇଟ ବିସ୍ଫୋରଣ: ଉଡ଼ିଲା ଛାତ ଅଳ୍ପକେ ବର୍ତ୍ତିଲେ ୩ ପରିବାର

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ବୋମା ବିସ୍ଫୋରଣରେ ୩ ଘରର ଛାତ ଉଡ଼ି ଧ୍ବସ୍ତବିଧ୍ବସ୍ତ ହୋଇଯାଇଛି। ଗାଁ’ରେ ଚାଲିଥିବା ମା’ ଦଣ୍ଡକାଳୀଙ୍କ ନାଚ ଦେଖିବାକୁ ଯାଇଥିବା ୩ ପରିବାର ଲୋକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି।

ସ୍ବାମୀ-ସ୍ତ୍ରୀ କଳହରୁ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଗ୍ରାମର ଗୌଡ଼ ସାହି ବାସିନ୍ଦା ବି. ଲାଛୁ ଦୋରାଙ୍କ ଜ୍ବାଇଁ ସୁରେନ୍ଦ୍ର ଦୋରା ଏହି ଘଟଣା ଘଟାଇଥିବା ଜଣାପଡ଼ିଛି। ସମ୍ବଲପୁର ଜିଲା ରଣାବନ୍ଧ ଗ୍ରାମର ସୁରେନ୍ଦ୍ର ପ୍ରାୟ ୭ ବର୍ଷ ପୂର୍ବେ ବି. ଲାଛୁ ଦୋରାଙ୍କ ଝିଅ ଗୀତାଞ୍ଜଳୀଙ୍କୁ ବିବାହ କରିଥିଲେ। ସୁରେନ୍ଦ୍ର ଭୁବନେଶ୍ଵରରେ ଦିନ ମଜୁରିଆ କାମ କରୁଥିବା ବେଳେ ପ୍ରାୟ ୬ ମାସ ପୂର୍ବେ ଶ୍ଵଶୁର ଘର କୁଶପଡ଼ା ଗ୍ରାମକୁ ଆସି ଅନୀଲ ସାହୁଙ୍କ ଘରେ ସସ୍ତ୍ରିକ ଭଡ଼ା ରହୁଥିଲେ।

୩ ଦିନ ପୂର୍ବେ ସୁରେନ୍ଦ୍ର ଭୁବନେଶ୍ଵରରୁ କୁଶପଡା ଗ୍ରାମକୁ ଆସିଥିବା ବେଳେ ମଙ୍ଗଳବାର ରାତିରେ କୈାଣସି କାରଣରୁ ସ୍ତ୍ରୀ’ଙ୍କ ସହ ପ୍ରବଳ ଯୁକ୍ତିତର୍କ ପରେ ଝଗଡା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ସ୍ତ୍ରୀ ଓ ତାଙ୍କ ୫ ବର୍ଷ ବୟସର ପୁଅକୁ ନେଇ ଶୋଇଥିବା ବେଳେ ଉଭୟଙ୍କୁ ଜୀବନରେ ମାରିଦେବା ପାଇଁ ଉକ୍ତ ଭଡ଼ା ଘରେ ସୁରେନ୍ଦ୍ର ଡିନାମାଇଟ ଖଞ୍ଜି ବିସ୍ଫୋରଣ ଘଟାଇଥିଲେ। କିନ୍ତୁ ସ୍ୱଳ୍ପ ସମୟ ପୂର୍ବରୁ ସ୍ତ୍ରୀ ତାଙ୍କ ପୁଅ’ଙ୍କୁ ଧରି ଦଣ୍ଡନାଚ ଦେଖିବାକୁ ପାଖ ପଡୋଶୀଙ୍କ ସହ ପଳାଇଥିଲେ।

ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଗ୍ରାମବାସୀ ଖୁସି ମନରେ ନାଚ ଦେଖୁଥିବା ବେଳେ ପ୍ରଚଣ୍ଡ ଶବ୍ଦ ହୋଇଥିଲା । ପ୍ରଥମେ ଗ୍ରାମବାସୀ ଭୟଭୀତ ହୋଇଯାଇଥିଲେ। ବହୁ ସଂଖ୍ୟକ ଲୋକେ ଘଟଣାସ୍ଥଳକୁ ଦୈାଡି ଯାଇ ଦେଖିବା ବେଳକୁ ଗ୍ରାମର ଅନୀଲ ସାହୁ, ବାବୁ ସାହୁ ଏବଂ ଦଣ୍ଡପାଣି ସାହୁଙ୍କ ଘର ଛାତ ଭାଙ୍ଗି ଯାଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ଏହି ବିସ୍ଫୋରଣରେ ବାବୁ ସାହୁଙ୍କ ଘରେ ଭଡ଼ାରେ ରହୁଥିବା ଶୁଭଶ୍ରୀ ବିଷୋୟୀ ଏବଂ ଅନିଲ ,ଦଣ୍ଡପାଣି ୨ ପରିବାରଙ୍କ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବ ପତ୍ର ଧ୍ବଂସ ହୋଇଯାଇଛି।

ସୁରେନ୍ଦ୍ର ସେଠାରୁ ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ଗ୍ରାମବାସୀ ତାଙ୍କୁ ଅଟକ ରଖି ଦିଗପହଣ୍ଡି ଥାନାକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଟିମ୍ ଗ୍ରାମରେ ପହଞ୍ଚି ଅଭିଯୁକ୍ତ ସୁରେନ୍ଦ୍ରଙ୍କୁ ଥାନାକୁ ନେଇ  ପଚରାଉଚରା ଚଳାଇଛନ୍ତି। ଅନୀଲ ସାହୁଙ୍କ ଏତଲା କ୍ରମେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri