ତହଉର ରାଣାଙ୍କୁ ପ୍ରତ୍ୟର୍ପଣ କଲା ଆମେରିକା, ଆସନ୍ତାକାଲି ଭାରତରେ ପହଞ୍ଚତ୍ପାରନ୍ତି

ନୂଆଦିଲ୍ଲୀ,୯ା୪: ୨୦୦୮ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତହଉର ହୁସେନ୍‌ ରାଣାଙ୍କ ସବୁ ପ୍ରକାର ଆଇନଗତ ବିକଳ୍ପ ଶେଷ ହୋଇଯିବା ପରେ ଆମେରିକା ତାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିଛି। ରାଣାଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଭାରତକୁ ଅଣାଯାଉଛି। ବିମାନଟି ମଝିରେ ଇନ୍ଧନ ଭର୍ତ୍ତି କରିବାକୁ ଥିବାରୁ ଗୁରୁବାର ସକାଳେ ଭାରତରେ ଅବତରଣ କରିପାରେ ବୋଲି କୁହାଯାଉଛି।

ରାଣାଙ୍କ ପ୍ରତ୍ୟର୍ପଣ ଉପରେ ସ୍ଥଗିତାଦେଶ ଜାରି କରିବାକୁ ଆମେରିକାର ପ୍ରଧାନ ବିଚାରପତି ସୋମବାର ମନା କରିଦେଇଥିଲେ। ଏହା ପୂର୍ବରୁ ମଧ୍ୟ ସେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ପିଟିଶନ ଦାଖଲ କରିଥିଲେ, ଯାହାକି ଗତ ମାର୍ଚ୍ଚରେ ଖାରଜ ହୋଇଯାଇଥିଲା। ଉକ୍ତ ପିଟିଶନରେ ସେ ଜାତୀୟତା, ଧର୍ମୀୟ ଓ ସାଂସ୍କୃତିକ ଶତ୍ରୁତାର ଶିକାର ହୋଇ ଭାରତରେ ପ୍ରାଣ ହରାଇପାରନ୍ତି ବୋଲି ଆଶଙ୍କା ପ୍ରକାଶ କରିଥିଲେ।

ତେବେ ଆମେରିକା ସୁପ୍ରିମକୋର୍ଟ ଭାରତକୁ ପ୍ରତ୍ୟର୍ପଣ ବିରୋଧୀ ଆବେଦନକୁ ଖାରଜ କରିଦେବା ପରେ ତାଙ୍କ ବର୍ତ୍ତିବା ବାଟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଏହା ପୂର୍ବରୁ ଫେବୃଆରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓ୍ବାଶିଂଟନ୍‌ ଗସ୍ତବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିବା ନେଇ ପ୍ରତିଶ୍ରୁତି ଦେଇଥିଲେ।

୨୦୦୮ ନଭେମ୍ବର ୨୬ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ଆତଙ୍କବାଦୀମାନେ ଭାରତର ଆର୍ଥିକ ରାଜଧାନୀ ମୁମ୍ବାଇରେ ଅତର୍କିତ ଆକ୍ରମଣ କରିଥିଲେ। ୩ ଦିନ ଧରି ଚାଲିଥିବା ଏହି ଆକ୍ରମଣରେ ୧୬୬ ଜଣଙ୍କ ମୃତ୍ୟୁ ଘଟିଥିଲା। ରାଣା ହେଉଛନ୍ତି ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀ ପାକିସ୍ତାନୀ-ଆମେରିକୀୟ ଆତଙ୍କବାଦୀ ଡେଭିଡ୍‌ କୋଲ୍‌ମ୍ୟାନ୍‌ ହେଡ୍‌ଲିଙ୍କ ସହଯୋଗୀ। ଆକ୍ରମଣ ସମୟରେ ସେ ହେଡ୍‌ଲିଙ୍କ ସହ ୨୩୧ ଥର ଟେଲିଫୋନ୍‌ରେ କଥା ହୋଇଥିଲେ ବୋଲି ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ତଦନ୍ତରୁ ଜାଣିବାକୁ ପାଇଛି। ଇତିମଧ୍ୟରେ ଉକ୍ତ ଆକ୍ରମଣରେ ପ୍ରାଣ ହରାଇଥିବା ମହାରାଷ୍ଟ୍ର ଏସ୍‌ଆର୍‌ପିଏଫ୍‌ କନ୍‌ଷ୍ଟେବଲ ରାହୁଲ ଶିନ୍ଦେଙ୍କ ବାପା ସୁଭାଷ ଶିନ୍ଦେ ରାଣାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ ବୋଲି ଦାବି କରିଛନ୍ତି। ରାଣାଙ୍କୁ ଫାଶୀ ଦିଆଗଲେ ହିଁ ତାଙ୍କ ପୁଅଙ୍କ ପ୍ରତି ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ହେବ ବୋଲି ସୁଭାଷ କହିଛନ୍ତି। ରାଣା ଜଣେ ପାକିସ୍ତାନୀ ବଂଶୋଦ୍ଭବ ବ୍ୟବସାୟୀ, ଡାକ୍ତର ଓ ଆପ୍ରବାସନ ଉଦ୍ୟୋକ୍ତା। ଏହି ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ଚାଲିଥିବାବେଳେ ସେ ଏଲ୍‌ଇଟି ଏବଂ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ସହ ଯୋଗସୂତ୍ରରେ ରହିଥିଲେ ବୋଲି ଭାରତ ସରକାରଙ୍କ ପକ୍ଷରୁ ଆମେରିକାକୁ ପ୍ରତ୍ୟର୍ପଣ ସକାଶେ ଦିଆଯାଇଥିବା ଡୋଜିଅରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri