Posted inଜାତୀୟ

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଓ୍ବକ୍‌ଫ ଆଇନ: ମମତା

କୋଲକାତା,୧୦ା୪: ଓ୍ବକ୍‌ଫ ସଂଶୋଧିତ ଆଇନକୁ ନେଇ ମୁସଲମାନ ସମ୍ପ୍ରଦାୟ ଚିନ୍ତିତ ଥିବାରୁ ପଶ୍ଚିମବଙ୍ଗରେ ଏହାକୁ ଲାଗୁ ହେବାକୁ ଦିଆଯିବ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସଂଖ୍ୟାଲଘୁମାନଙ୍କୁ ଆଶ୍ୱାସନା ଦେଇଛନ୍ତି। ରାଜ୍ୟରେ ସଂଖ୍ୟାଲଘୁ ଓ ସେମାନଙ୍କ ସମ୍ପତ୍ତିକୁ ସୁରକ୍ଷା ଦିଆଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି। କୋଲକାତାରେ ଜୈନ ସମୁଦାୟର ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା କହିଛନ୍ତି, ପଶ୍ଚିମବଙ୍ଗରେ ‘କୌଣସି ବିଭାଜନ ଓ ଶାସନ ନୀତି’ ରହିବାକୁ ଦିଆଯିବ ନାହିଁ। ଓ୍ବକ୍‌ଫ ଆଇନ ପ୍ରଣୟନ ନେଇ ମୁସଲମାନମାନେ ଅସନ୍ତୁଷ୍ଟ ଥିବା ବିଷୟ ସେ ଜାଣିଛନ୍ତି। ବିଶ୍ୱାସ ରଖନ୍ତୁ, ରାଜ୍ୟରେ ଏପରି କିଛି ହେବାକୁ ଦିଆଯିବ ନାହିଁ। ସମସ୍ତେ ଏକଜୁଟ ହୋଇ ରୁହନ୍ତୁ ବୋଲି ମମତା ଆହ୍ବାନ ଦେଇଛନ୍ତି। ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ନେଇ ମୁର୍ଶିଦାବାଦ ଜିଲାରେ ମଙ୍ଗଳବାର ଘଟିଥିବା ହିଂସାକାଣ୍ଡକୁ ନେଇ ମମତା ଆହୁରି କହିଛନ୍ତି, ବାଂଲାଦେଶ ସୀମାନ୍ତ ଅଞ୍ଚଳରେ ସ୍ଥିତିକୁ ଦେଖ। ଏହି ବିଲ୍‌ ବର୍ତ୍ତମାନ ପାରିତ ହେବାର ନ ଥିଲା। ପଶ୍ଚିମବଙ୍ଗରେ ୩୩% ସଂଖ୍ୟାଲଘୁ ରହିଛନ୍ତି। ସେମାନଙ୍କ ସହ ମୁଁ କ’ଣ କରିବି ବୋଲି ସେ ପ୍ରଶ୍ନ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଓ୍ବକ୍‌ଫ ସଂଶୋଧନ ବିଧେୟକ ଲୋକ ସଭାରେ ଏପ୍ରିଲ ୩ ଓ ରାଜ୍ୟ ସଭାରେ ୪ ତାରିଖରେ ପାରିତ ହୋଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହା ଉପରେ ଏପ୍ରିଲ ୬ରେ ସ୍ବାକ୍ଷର କରିଥିଲେ। ଉକ୍ତ ବିଧେୟକ ଆଇନରେ ପରିଣତ ହୋଇଥିବା ନେଇ ମଙ୍ଗଳବାର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri