ଚାଷଜମିରୁ ମିଳିଲା ନିଖୋଜ ଚାଷୀଙ୍କ ମୃତଦେହ

ଦିଗପହଣ୍ଡି,୧୦ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ପଞ୍ଚାୟତ ଗୁଣସାଗର ଗ୍ରାମ ନିକଟ ଚାଷଜମିରୁ ଗୁରୁବାର ସକାଳେ ଜଣେ ବୃଦ୍ଧ ଚାଷୀଙ୍କ ଗଳିତ ମୃତଦେହ ପାଟପୁର ପୋଲିସ ଉଦ୍ଧାର କରିଛି। ମୃତ ଚାଷୀ ଜଣକ ହେଲେ ଗୁଣସାଗର ଗ୍ରାମର ଉଦୟ ନାହାକ (୬୪)। ସେ ଗତ ମଙ୍ଗଳବାର ସକାଳୁ ନିଖୋଜ ଥିଲେ। ବାର୍‌ହା ଉପଦ୍ରବରୁ ଫସଲ ରକ୍ଷା କରିବା ନିମନ୍ତେ ଭୋରରୁ ଚାଷଜମିକୁ ଯାଇଥିଲେ ଉଦୟ। ମାତ୍ର ସନ୍ଧ୍ୟା ପର୍ଯ୍ୟନ୍ତ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳି ନ ଥିଲା। ୨ ଦିନ ହେଲା ସେ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ଗୁରୁବାର ସକାଳେ ଗ୍ରାମର କିଛି ବ୍ୟକ୍ତି ଏକ ଚାଷଜମିରେ ତାଙ୍କ ଗଳିତ ମୃତଦେହ ପଡ଼ିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ବାର୍‌ହା ଆକ୍ରମଣରେ ତାଙ୍କ ମୃତ୍ୟୁ ଘଟିବା ପରେ କୌଣସି ବନ୍ୟଜନ୍ତୁ ତାଙ୍କ ଶରୀରର ଅର୍ଦ୍ଧାଧିକ ଅଂଶ ଖାଇ ଦେଇଥିବା ଲୋକେ ସନ୍ଦେହ କରିଛନ୍ତି। ପରେ ଖବରପାଇ ପାଟପୁର ଥାନା ପୋଲିସ ଟିମ୍‌ ଏବଂ ବନ ବିଭାଗ କର୍ମଚାରୀବୃନ୍ଦ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପୋଲିସ ମୃତଦେହ ଜବତ କରି କେସ୍‌ ନଂ ୭/୧୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ମୃତଦେହ ଗାଁରେ ପହଞ୍ଚିବା ପରେ ମଧ୍ୟାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପାଟପୁର ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଏଡ଼ା ସିଇଓ ବହିଷ୍କୃତ

ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍‌ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା...

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି।...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri