ଓଡ଼ିଆ ପକ୍ଷ ପାଳନ: ବିଜ୍ଞାନ ଇଣ୍ଟରନେସନାଲ ଡିଗ୍ରୀ କଲେଜ ତରଫରୁ ରକ୍ତଦାନ ଶିବିର

କୋରାପୁଟ,୧୦।୪(ଅମିତାଭ ବେହେରା): ଓଡ଼ିଆ ପକ୍ଷ ପାଳନ ଅବସରରେ ବିଜ୍ଞାନ ଇଣ୍ଟର୍ନେସନାଲ ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ଗୁରବାର ଅଡିଟୋରିଅମରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି ଶିବିରକୁ ମହାବିଦ୍ୟାଳୟର ସଂପାଦକ ସୁବ୍ରତ କୁମାର ମିଶ୍ର ଓ ଡ଼ାଃ ବିନାୟକ ମିଶ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ରିବନ କାଟି ଆନୁଷ୍ଠାନିକ ଭାବେ ଉଦଘାଟିତ କରିଥଲେ ଓ ନୂତନ ରକ୍ତଦାତାଙ୍କୁ ଉତ୍ସାହିତ କରିଥଲେ।

ଯୁବ ରେଡ କ୍ରସର ପରାମର୍ଶଦାତା ଗୀରିଶ ପଟ୍ଟନାୟକ ଓ ଭୀମ ମାଳି ଏହି ଶିବିର ପରିଚାଳନା କରିଥିଲେ। ଓଡିଶା ବ୍ଲଡ଼ ସେଣ୍ଟର ଏସ ଏଲ ଏନ୍ ମେଡିକାଲ୍ କଲେଜ ବ୍ଲଡ ସେଣ୍ଟର ଅଧିକାରି ଡ଼ାଃ ମଧୁସୁଦନ ବଳିଆର ସିଂ, ଭି ଗଙ୍ଗାଧର ଓ ତାଙ୍କ ଟିମ୍ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରିଥିଲେ। ଉକ୍ତ ଶିବିରରୁ ସର୍ବମୋଟ୍ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରଯାଇଥିଲା। ମୁଖ୍ୟ ଅତିଥି ଡ଼ାଃ ମିଶ୍ର ସାଂପ୍ରତିକ ପରିସ୍ଥିତିରେ କିପରି ବହୁ ସଂଖ୍ୟାରେ ସଡ଼କ ଦୁର୍ଘଟଣା ଜନିତ ଜରୁରୀ ସମୟରେ ରକ୍ତ ଅଭାବ ଯୋଗୁଁ କିପରି ବହୁ ମୂଲ୍ୟ ଜୀବନ ଚାଲି ଯାଇଥାଏ ତଥା ସିକିଲ ସେଲ, ଥାଲାସେମିଆ, ଗର୍ଭବତୀ ମହିଳା ଓ କ୍ୟାନସର ରୋଗୀଙ୍କ ନିମନ୍ତେ ଏହି ରକ୍ତଦାନ ଶିବିର ଉଦ୍ଧିଷ୍ଟ ବୋଲି ପ୍ରକାଶ କରିଥିଲେ । ଏଥିରେ ଡ଼ିଗ୍ରୀ ପିଲାଙ୍କ ସମେତ ଭିମଟାସ ସ୍କୁଲ ଅଫ ଲ୍ୟାବ ଟେକନିସିଆନ ଓ ଫାର୍ମାସିଷ୍ଟ ଛାତ୍ର ଛାତ୍ରୀ ଏଥିରେ ଅଂଶ ଗ୍ରହଣ କରିଥିଲେ। ଫେଡେରେସନ ଅଫ ବ୍ଲଡ଼ ଡୋନର ଅର୍ଗାନାଇଯେସନ ଅଫ ଓଡ଼ିଶା ତରଫରୁ ଆବଶ୍ୟକୀୟ ସହାୟତା ପ୍ରଦାନ କରଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri