Posted inରାଜ୍ୟ

ଆଜିଠୁ ଆୟୁଷ୍ମାନ୍‌: ଶୁଭାରମ୍ଭ କରିବେ ନଡ୍ଡା

ଭୁବନେଶ୍ୱର/କଟକ,୧୧।୪(ସୁନିତ୍‌ ମିଶ୍ର/ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ତଳ ପଡିଆରେ ଶୁକ୍ରବାର ଆୟୁଷ୍ମାନ୍‌ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ୍‌ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେ କଟକ ଯାଇ ବାଲିଯାତ୍ରା ପଡିଆରେ ଉପରୋକ୍ତ ଯୋଜନାର ଶୁଭାରମ୍ଭ କରିବେ। ଏଥିସହ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ପୋଷ୍ଟ ଗ୍ରାଜୁଏଟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପେଡିଆଟ୍ରିକ୍‌ର ନୂତନ କୋଠା ଉଦ୍‌ଘାଟନ କରିବେ। ଏଥିସହ ନଡ୍ଡା ଭୁବନେଶ୍ୱରସ୍ଥିତ ସିପେଟ୍‌ ଓ ଏମ୍‌ସ ମେଡିକାଲ କଲେଜ ଯିବାର କାର୍ଯ୍ୟକ୍ରମ ରହିଛି।

ଏହାପରେ ସାରେ ପୁରୀଠାରେ ହେବାକୁ ଥିବା ଦଳର ଏମ୍‌ପି ଓ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ମନମୋହନ କହିଛନ୍ତି, ପୂର୍ବ ସରକାର ଅମଳରେ ପ୍ରଚଳିତ ଯୋଜନାରେ କେବଳ ୯୭୮ ହସ୍ପିଟାଲରେ ମାଗଣା ଚିକିତ୍ସା ସେବା ଯୋଗାଇ ଦିଆଯାଉଥିଲା। ଫଳରେ ବହୁ ଲୋକ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେଉଥିଲେ। ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନା ଶୁଭାରମ୍ଭ ହେବା ପରେ ରାଜ୍ୟ ଓ ବାହାରେ ରହୁଥିବା ଓଡ଼ିଆ ଲୋକଙ୍କୁ ମାଗଣାରେ ଉନ୍ନତମାନର ଚିକିତ୍ସା ସେବା ମିଳିପାରିବ। ଦେଶର ୨୯ ହଜାର ହସ୍ପିଟାଲରେ ଏହି ସେବା ଉପଲବ୍ଧ ହେବ। ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ ବା ତଦୂର୍ଦ୍ଧ୍ୱ ବୟୋଜ୍ୟେଷ୍ଠ ନାଗରିକଙ୍କୁ ବିନା କୌଣସି ମାନଦଣ୍ଡରେ ଏହି ସେବା ଯୋଗାଇ ଦିଆଯିବ। ଆୟୁଷ୍ମାନ୍‌ ଭାରତ ଯୋଜନାରେ ପରିବାର ପିଛା ଗୋଟିଏ କାର୍ଡ ଦିଆ ନ ଯାଇ ବ୍ୟକ୍ତିଗତ ଭାବେ ସମସ୍ତଙ୍କୁ ପ୍ରଦାନ କରାଯିବ। ରାଜ୍ୟରେ ଭାଜପା ସରକାର ଗଠନ ହେବା ପରେ ସ୍ବାସ୍ଥ୍ୟ କ୍ଷେତ୍ରରେ ନୂତନ ଯୁଗର ଶୁଭାରମ୍ଭ ହେବାକୁ ଯାଉଛି। ପୁରୀରେ ହେବାକୁ ଥିବା ‘ବିଧାୟକ ଓ ଏମ୍‌ପି ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ ୧୧ ତାରିଖ ସାରୁ ୧୩ ତାରିଖ ସା ପର୍ଯ୍ୟନ୍ତ ଚାଲିବ। ୧୨ ତାରିଖ ସକାଳେ ନଡ୍ଡା ବିଧିବଦ୍ଧଭାବେ ଏହାକୁ ଉଦ୍‌ଘାଟନ କରିବେ। ଏହି ଶିବିରରେ ସାଙ୍ଗଠନିକ, ପ୍ରଶାସନିକ, ବିଚାରଧାରା ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ। ନଡ୍ଡାଙ୍କ ଏହି ୨ ଦିନର ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ଓଡ଼ିଶାର ଜନସାଧାରଣଙ୍କ ପାଇଁ ଏକ ସ୍ମରଣୀୟ ହୋଇ ରହିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଉକ୍ତ କାର୍ଯ୍ୟକ୍ରମରେ ୩ କେନ୍ଦ୍ରମନ୍ତ୍ରୀ ମଧ୍ୟ ସାମିଲ ହେବେ ବୋଲି ଜଣାପଡ଼ିଛି।

ଅପରପକ୍ଷରେ ଗୁରୁବାର ମଧ୍ୟାହ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବାଲିଯାତ୍ରା ପଡିଆରେ ପହଞ୍ଚି ସମସ୍ତ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସେହିପରି ଅପରାହ୍ନରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ବାଲିଯାତ୍ରା ପଡିଆରେ ପହଞ୍ଚି ବିଭିନ୍ନ କାର୍ଯ୍ୟର ସ୍ଥିତି ସମୀକ୍ଷା କରିବା ସହ ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ବାଲିଯାତ୍ରା ପଡିଆରେ ପ୍ରାୟ ୨୫ ହଜାର ଲୋକଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ଆୟୁଷ୍ମାନ୍‌ ଭାରତ ଯୋଜନାରେ ଦେଶର ସମସ୍ତ ହସ୍ପିଟାଲରେ ଲୋକମାନେ ଯେପରି ଚିକିତ୍ସା ସୁବିଧା ପାଇପାରିବେ, ସେଥିପାଇଁ ଲକ୍ଷ୍ୟ ରଖାଯାଇଛି। ଶୁଭାରମ୍ଭ କାର୍ଯ୍ୟକ୍ରମରେ ୧୫ରୁ ୨୦ ଜଣଙ୍କୁ ଏହି କାର୍ଡ ପ୍ରଦାନ କରାଯିବ। ପରେ ସମସ୍ତ ପିଏଚ୍‌ସି ଓ ସିଏଚ୍‌ସିରେ ଏହି କାର୍ଡ ବଣ୍ଟନ କରାଯିବ। ପୂର୍ବରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) କାର୍ଡ ଥିଲା, ହେଲେ ସେଥିରେ ଦୁର୍ନୀତି କରାଯାଉଥିଲା; କିନ୍ତୁ ଏହି ଆୟୁଷ୍ମାନ୍‌ କାର୍ଡରେ କେବଳ ସେବା ଲୋକଙ୍କ ପାଖରେ ପହଞ୍ଚିବ। ଏଥିସହ ୭୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ପାଇଁ ଅନ୍ୟ ବ୍ୟବସ୍ଥା ରହିଛି। ଆସନ୍ତା ୧ ମାସ ମଧ୍ୟରେ ସମସ୍ତ ଲୋକଙ୍କ ପାଖରେ ଏହି କାର୍ଡର ସୁବିଧା ପହଞ୍ଚିଯିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ପ୍ରଭାତୀ କହିଛନ୍ତି।

ସେହିପରି କନକବର୍ଦ୍ଧନ ସିଂଦେଓ କହିଛନ୍ତି, କଟକ ବାଲିଯାତ୍ରା ପଡ଼ିଆରେ ଅପରାହ୍ନ ପ୍ରାୟ ୨ଟାରେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ପହଞ୍ଚି ଆୟୁଷ୍ମାନ୍‌ ଭାରତ ଯୋଜନାର ଶୁଭାରମ୍ଭ କରିବେ। ଏହାପରେ ସେ ଶିଶୁଭବନ ନୂତନ କୋଠାକୁ ଉଦ୍‌ଘାଟନ କରିବେ। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶା ଓ ଦିଲ୍ଲୀରେ ଏହି କାର୍ଡ ଲାଗୁ କରାଯିବ। ଓଡ଼ିଶାର ସାଢ଼େ ୩ କୋଟି ଲୋକ ଏହି କାର୍ଡର ସୁବିଧା ପାଇବେ ବୋଲି ସିଂଦେଓ କହିଛନ୍ତି। ଏହି ସମୀକ୍ଷା କାର୍ଯ୍ୟକ୍ରମରେ କଟକ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ, ଅତିରିକ୍ତ ଜିଲାପାଳ ଶିବ ଟପ୍ପୋ, କଟକ ଡିସିପି ଖିଲାରୀ ଋଷିକେଶ ଦ୍ୟାନ୍‌ଦେଓଙ୍କ ସମେତ ଅନ୍ୟ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri