ରାଜ୍ୟରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ କଲେ ନଡ୍ଡା: ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସୁବିଧା

କଟକ,୧୧।୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ। ଦେଶର ୨୯ ହଜାରରୁ ଊଦ୍ଧର୍‌ବ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ।

କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ ଏହାର ଶୁଭାରମ୍ଭ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଏହି ସୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଏହାର ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ, ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ପ୍ରଭାତୀ ପରି ଏବଂ ସୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତଥିଲେ॥ ୧୨ ଜିଲାରେ ମଧ୍ୟ ଏଥିପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ୧୨ ଜଣ ମନ୍ତ୍ରୀ ଏଥିରେ ଅତିଥି ଭାବେ ଯୋଗଦେଇ ସ୍ବାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

ଓଡ଼ିଶାବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା  ଯୋଗାଇ ଦେବାକୁ ରାଜ୍ୟ ସରକାର ୩ଟି  ଯୋଜନାର ଲୋକାର୍ପଣ କରିଛନ୍ତି ।  ରାଜ୍ୟର ସମସ୍ତ ୧୪୦୫ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ ।  ୩ଟି ଯୋଜନାରେ ରାଜ୍ୟର ୧.୩ କୋଟି  ପରିବାରର ସାଢ଼େ ୩ କୋଟି ଲୋକ ଯୋଡ଼ି  ହେବେ । ୭୦ ବର୍ଷ ବୟସରୁ ଉର୍ଦ୍ଧ୍ବ ଲୋକମାନଙ୍କୁ  ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ  କରାଯିବ । ରାଜ୍ୟରେ ଏମାନଙ୍କ ସଂଖ୍ୟା ୨୩  ଲକ୍ଷ ୧୩ ହଜାର । ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଏବଂ ଜିଜେଏୱାଇରେ ସାମିଲ ଥିବାରୁ ଆଉ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ି ହେବେ । ପ୍ରତି ପରିବାର ପିଛା ୫ ଲକ୍ଷ ଟଙ୍କା  ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ତେବେ  ପରିବାରର ମହିଳା ହିତାଧିକାରୀଙ୍କ ପାଇଁ  ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସେବା ପ୍ରଦାନ କରାଯିବ ।

ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ଼ ମିଳୁଥିଲା । ଏବେ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ ଲେଖାଏଁ କାର୍ଡ ମିଳିବ । ଏହାଦ୍ୱାରା ରାଜ୍ୟ ବାହାରେ ରହୁଥିବା ହିତାଧିକାରୀମାନଙ୍କୁ ଆଉ ମାଗଣା ସ୍ୱାସ୍ଥ୍ୟସେବା ପାଇବାରେ କୌଣସି ଅସୁବିଧା ହେବନି । ବୟୋବନ୍ଦନା ହିତାଧିକାରୀମାନେ ଅଲଗା ସ୍ୱତନ୍ତ୍ର କାର୍ଡ ପାଇବେ । ପୂର୍ବରୁ ୯୦୦ଟି ତାଲିକାଭୁକ୍ତ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ମିଳୁଥିଲା । ଏବେ  ଦେଶର ୨୯ ହଜାର ଅଗ୍ରଣୀ ଘରୋଇ ଏବଂ ସରକାରୀ  ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସେବା ମିଳିବ ।

 


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri