AyushmanBharat: ମୁଖ୍ୟମନ୍ତ୍ରୀ କହିଲେ ଓଡ଼ିଶାର ବିକାଶରେ ଯୋଡ଼ିହେଲା ଆଉ ଏକ ଫର୍ଦ୍ଦ

କଟକ,୧୧।୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ  କଟକରେ  କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ। ଦେଶର ୨୯ ହଜାରରୁ ଊଦ୍ଧର୍‌ବ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ।
ତେବେ ଆୟୁଷ୍ମାନ ଭାରତ ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି  ସମ୍ବୋଧନ କରିଛନ୍ତି।
ସେ କହିଛନ୍ତି, ଓଡ଼ିଶା ପାଇଁ ଐତିହାସିକ ଦିନ । ଓଡ଼ିଶାର ବିକାଶ ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିହେଲା। ରାଜନୈତିକ ଉଦ୍ଦେଶ୍ୟ ରଖି ପୂର୍ବ ସରକାର ଏହାକୁ ଲାଗୁ କରି ନଥିଲେ। ନୂଆ ସରକାର ଆସିବା ପରେ ଆୟୁଷ୍ମାନ ଲାଗୁ କରାଗଲା। ଓଡ଼ିଶା ବାହାରେ ରହୁଥିବା ହିତାଧିକାରୀ ମଧ୍ୟ ଏଥିରେ  ଉପକୃତ ହେବେ। ୨୦୧୮ରେ ରାଞ୍ଚିରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ ହୋଇଥିଲା।
କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ  ଏହାର ଶୁଭାରମ୍ଭ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଏହି ସୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଏହାର  ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ, ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ପ୍ରଭାତୀ  ପରି ଏବଂ ସୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତଥିଲେ॥  ୧୨ ଜିଲାରେ ମଧ୍ୟ ଏଥିପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ୧୨ ଜଣ ମନ୍ତ୍ରୀ ଏଥିରେ ଅତିଥି ଭାବେ ଯୋଗଦେଇ ସ୍ବାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା...

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...

ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ...

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...

୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ

ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri