୫ ପଞ୍ଚାୟତରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଯୋଜନା

ପାଟଣା,୧୧।୪(ବୀର କିଶୋର ଦାଶ):ଓଡିଶାବାସୀଙ୍କ ବହୁପ୍ରତୀକ୍ଷିତ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ସାସ୍ଥ୍ୟ କାର୍ଡ ଶୁଭାରମ୍ଭ ହୋଇଛି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଓ ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ କଟକ ବାଲିଯାତ୍ରା ପଡିଆରୁ ଏହାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକର ୫ଟି ପଞ୍ଚାୟତ କେନ୍ଦେଇ ପଶି, ଖିର଼େଇ ଟାଙ୍ଗିରୀ, ରାଜନଗର, ତୁରୁମୁଙ୍ଗା, ଡୁମୁରିଆରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଶୁଭାରମ୍ଭ କରାଯାଇ ପ୍ରଥମ ପର୍ଯ୍ୟାୟରେ ପ୍ରତି ପଞ୍ଚାୟତରେ ୨୦ ଜଣ ଲେଖାଏ ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରାଯାଇଛି। ତୁରୁମୁଙ୍ଗା ଓ ରାଜନଗରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ସଚେତନତା ରଥକୁ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ। ଏହି ରଥ ବ୍ଲକର ବିଭିନ୍ନ ଅଞ୍ଚଳ ବୁଲି ସରକାରଙ୍କ ବହୁ ପ୍ରତୀକ୍ଷିତ ଯୋଜନା ସମ୍ପର୍କରରେ ସଚେତନତା କରାଇବ।

କେନ୍ଦେଇପଶିଠାରେ ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ ଯୋଗ ଦେଇ ଏହି ଯୋଜନାରେ ଜନସାଧାରଣ କିପରି ଉପକୃତ ହେବେ ସେ ନେଇ ଜନସାଧାରଣ ଙ୍କୁ ଅବଗତ କରାଇଥିଲେ। କେନ୍ଦେଇ ପଶି ରେ ପାଟଣା ବିଧାୟକ ଙ୍କ ପ୍ରତିନିଧି କମଳା କାନ୍ତ ଦାଶବୁଦ୍ଧି ଜିବି କୈଳାଶ ଚନ୍ଦ୍ର ବାରିକ ପ୍ରମୁଖ ଯୋଗ ଦେଇଥିବା ବେଳେ ଡୁମୁରିଆ ରେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣା ପାଣି ନାୟକ, ଏମପିଙ୍କ ପ୍ରତିନିଧି ପ୍ରହ୍ଲାଦ ପଲେଇ ଖିର଼େଇ ଟାଙ୍ଗିରୀହ୍‌ରେ ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ ଯୋଗ ଦେଇଥିଲେ।ଏହି କାର୍ଡ ଦାରା ଦେଶର ୨୬ ହଜାର ମେଡିକାଲ ରୋଗୀ ସ୍ବାସ୍ଥ୍ୟ ସେବା ପାଇଁ ପାରିବେ ବୋଲି ବିଡ଼ିଓ କହିଥିଲେ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri