Posted inଖେଳ

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌ ପକ୍ଷରୁ ଧାର୍ଯ୍ୟ ୨୪୬ ରନର ବିଜୟ ଲକ୍ଷ୍ୟକୁ ହାଇଦ୍ରାବାଦ ୧୮.୩ ଓଭରରେ ୨ ଉଇକେଟ ହରାଇ ହାସଲ କରି ନେଇଥିଲା। ଟାର୍ଗେଟର ପିଛା କରି ମ୍ୟାଚ୍‌ ଜିତିବାରେ ଏହା ଆଇପିଏଲ୍‌ ଇତିହାସରେ ଦ୍ୱିତୀୟ ସବୁଠୁ ବଡ଼ ବିଜୟ। ଏହା ହାଇଦ୍ରାବାଦ ଲାଗି ଦ୍ୱିତୀୟ ବିଜୟ ହୋଇଥିବା ବେଳେ ପଞ୍ଜାବର ଏହା ଦ୍ୱିତୀୟ ପରାଜୟ।

ଜିତି ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୪୫ ରନ କରିଛି। ଦଳ ପକ୍ଷରୁ ଅଧିନାୟକ ଶ୍ରେୟସ ଆୟର ୩୬ ବଲରେ ୬ ଲେଖାଏ ଚୌକା ଓ ଛକା ସହିତ ସର୍ବାଧିକ ୮୨ ରନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରିୟାଂଶ ଆର୍ଯ୍ୟ ୩୬ (୨ ଚୌକା ଓ ୪ ଛକା), ପ୍ରଭସିମରନ ସିଂ ୪୨ (୭ ଚୌକା ଓ ୧ ଛକା), ମାର୍କସ ଷ୍ଟୋଇନିସ ୩୪ (୧ ଚୌକା ଓ ୪ ଛକା) ଓ ନେହାଲ ଓ୍ବାଧେରା ୨୭ (୨ ଚୌକା ଓ ୧ ଛକା) ରନ କରିଥିଲେ।

ହାଇଦ୍ରାବାଦ ପକ୍ଷରୁ ହର୍ଶଲ ପଟେଲ ୪ଟି ଓ ପଦାର୍ପଣକାରୀ ଇଶାନ ମାଲିଙ୍ଗା ଦୁଇଟି ଉଇକେଟ ନେଇଥିଲେ। ଜବାବରେ ଏସ୍‌ଆର୍‌ଏଚ୍‌ ପାଇଁ ଅଭିଶେକ ଓ ଟ୍ରାଭିସ ହେଡ୍‌ ଆରମ୍ଭରୁ ଛକା ଓ ଚୌକା ବର୍ଷା କରିଥିଲେ। ମୁଖ୍ୟତଃ ଅଭିଶେକ ପଞ୍ଜାବର କୌଣସି ବୋଲରଙ୍କୁ ଛାଡ଼ି ନ ଥିଲେ। ଦୁହେଁ ୧୨.୨ ଓଭରରେ ୧୭୧ ରନ କରି ଦଳର ବିଜୟ ନିଶ୍ଚିତ କରିଥିଲେ। ୩୭ ବଲରେ ୯ ଚୌକା ଓ ୩ ଛକା ସହିତ ହେଡ୍‌ ୬୬ ରନ କରି ଆଉଟ୍‌ ହୋଇଥିଲେ।

ଅଭିଶେକ ୪୦ ବଲରେ ଶତକ ପୂରଣ କରିଥିଲେ। ଏହା ଆଇପିଏଲ୍‌ରେ ତାଙ୍କର ପ୍ରଥମ ଶତକ ଥିଲା। ସେ ମୋଟ ଉପରେ ୫୫ ବଲରେ ୧୪ ଚୌକା ଓ ୧୦ ଛକା ସହିତ ୧୪୧ ରନ କରି ଆଉଟ୍‌ ହୋଇଥିଲେ। ଏହା ଭାରତୀୟ କ୍ରିକେଟରଙ୍କ ଲାଗି ଆଇପିଏଲରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର। ହାଇଦ୍ରାବାଦ ୧୮.୩ ଓଭରରେ ୨ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri