୩ ମଣ୍ଡଳ ସଭାପତିଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର: ଜିଲା ଭାଜପା ସଭାପତିଙ୍କୁ ଫେରାଦ

ପାଟଣା,୧୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଭାଜପା ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପାଟଣା ବିଧାୟକ ଓ ସଙ୍ଗଠନ ଦାୟିତ୍ୱରେ ଥିବା କର୍ମକର୍ତ୍ତାଙ୍କ ମଧ୍ୟରେ ଫାଟ ବୃଦ୍ଧି ପାଉଥିବା ଆଲୋଚନା ହେଉଛି। ଫଳରେ ଦଳ ମଧ୍ୟରେ ଆଭ୍ୟନ୍ତର ବିଶୃଙ୍ଖଳା ଓ ଗୋଷ୍ଠୀ କନ୍ଦଳ ଏବେ ପଦାରେ ପଡ଼ିଛି। ୩ ଭାଜପା ମଣ୍ଡଳ ସଭାପତି ବିଧାୟକଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଛନ୍ତି। ଏ ନେଇ ଶନିବାର ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତଙ୍କୁ ଜିଲା ଭାଜପା କାର୍ଯ୍ୟାଳୟରେ ଭେଟି ଲିଖିତ ଭାବେ ଜଣାଇଛନ୍ତି।
ଅଭିଯୋଗ ଅନୁଯାୟୀ, ପାଟଣା ମଣ୍ଡଳ ସଭାପତି ବ୍ରଜ ସେଠୀ, କେନ୍ଦେଇପଶି ମଣ୍ଡଳ ସଭାପତି ଜୁଲିଅସ ସିଂ, କ୍ଷୀରେଇ ଟାଙ୍ଗିରୀ ମଣ୍ଡଳ ସଭାପତି ମନୋଜ ମହାନ୍ତ ଏପ୍ରିଲ ୭ ତାରିଖରେ ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ତୁରୁମୁଙ୍ଗାସ୍ଥିତ ବାସଭବନକୁ ରାମନବମୀ ଓ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇବାକୁ ଯାଇଥିଲେ। ଏହି ଅବସରରେ ୩ ମଣ୍ଡଳ ସଭାପତି ବିଜେଡିର କର୍ମକର୍ତ୍ତାଙ୍କୁ କାମ ନ ଦେବାକୁ ଅନୁରୋଧ କରିଥିଲେ। ଫଳରେ ବିଧାୟକ ଉତ୍‌କ୍ଷିପ୍ତ ହୋଇ ଦୁର୍ବ୍ୟବହାର କରିବା ସହ ଘରୁ ତଡ଼ିଦେଇଥିଲେ। ପରେ ୩ ମଣ୍ଡଳ ସଭାପତି ଫୋନ୍‌ ଯୋଗେ ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ ଓ ପୂର୍ବତନ ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ଶନିବାର ୩ ମଣ୍ଡଳ ସଭାପତି କେନ୍ଦୁଝର ପାର୍ଟି କାର୍ଯ୍ୟାଳୟରେ ସଭାପତିଙ୍କୁ ଭେଟି ଲିଖିତ ଅଭିଯୋଗ କରିଛନ୍ତି। ବିଧାୟକଙ୍କ ସହ ୩ ମଣ୍ଡଳ ସଭାପତିଙ୍କ ମତାନ୍ତର ପରେ ଗତ ଗୁରୁବାର ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତି ଶର୍ବି ଦାଶଙ୍କ ଅଧ୍ୟକ୍ଷତାରେ ପାଟଣା ବୈତରଣୀ ନଦୀକୂଳରେ ୩ ମଣ୍ଡଳ ସଭାପତିଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଉକ୍ତ ଘଟଣା ଦଳ ମଧ୍ୟରେ ଅସନ୍ତୋଷକୁ ପ୍ରଶମିତ କରିବା ଓ ସମନ୍ବୟ ପାଇଁ ଏକ କାର୍ଯ୍ୟକ୍ରମ ବୋଲି ସାଧାରଣରେ ଆଲୋଚନା ହେଉଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ କହିଛନ୍ତି, ସେମାନେ ଘରକୁ ଆସିବା କଥା ସତ୍ୟ। କିନ୍ତୁ ସେମାନଙ୍କୁ ଦୁର୍ବ୍ୟବହାର କରିବା ସମ୍ପୂର୍ଣ୍ଣ ମିଥ୍ୟା ଓ କପୋଳକଳ୍ପିତ। ସେମାନେ ମୋର କାର୍ଯ୍ୟକର୍ତ୍ତା ସଙ୍ଗଠନ ଦାୟିତ୍ୱରେ ଅଛନ୍ତି, ସେ କାହିଁକି ସେମାନଙ୍କୁ ଅସମ୍ମାନ କରିବେ ବୋଲି କହିଥିଲେ। ଏ ନେଇ ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ କହିଛନ୍ତି, ସେ ଭେଟି ଘଟଣା ସମ୍ପର୍କରେ ଜଣାଇଛନ୍ତି। ବିଧାୟକ ଏବେ ପୁରୀରେ, ସେ ଫେରିଲେ ପୂର୍ଣ୍ଣ ବାତାବରଣରେ ଉପଯୁକ୍ତ ସମୟ ଓ ସ୍ଥାନରେ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri