ନବୀନ ପଟ୍ଟନାୟକଙ୍କ ଟୁଇଟ୍‌ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ

ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍‌ କରିଥିଲେ। ଏହାକୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ
ହାସ୍ୟାସ୍ପଦ ବୋଲି କହିଛନ୍ତି। ଇତିଶ୍ରୀ, ବେବିନା ଘଟଣା ବେଳେ ନବୀନ କେଉଁଠାରେ ଥିଲେ ବୋଲି ସମ୍ପଦ ପ୍ରଶ୍ନ କରିଛନ୍ତି। ଧର୍ମଶାଳାରେ ବିଜେଡି କର୍ମୀ ନିଜ ଦଳର ନେତାଙ୍କୁ ଆକ୍ରମଣ କରିଛନ୍ତି। ନବୀନ ବାବୁ ବୁଝିବା ଦରକାର ତାଙ୍କ ଦଳରେ ଆଉ ଶୃଙ୍ଖଳା ନାହିଁ। ଦଳର ହାଇକମାଣ୍ଡଙ୍କୁ କେହି ମାନିବା ଅବସ୍ଥାରେ ନାହାନ୍ତି। ବିଜେଡି ଏବେ ନିଶ୍ଚିହ୍ନ ହେବାକୁ ଯାଉଛି ବୋଲି କହିଛନ୍ତି ସମ୍ପଦ ସ୍ବାଇଁ।

ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବନେତା ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ରବିବାର ନବୀନ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି, ପ୍ରଣବଙ୍କ ଉପରେ ସ୍ପଷ୍ଟ ଦିବାଲୋକରେ ସଂଘବଦ୍ଧ ଆକ୍ରମଣ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ଦର୍ଶାଉଛି। ଯଦି ଜନପ୍ରତିନିଧିମାନେ ରାଜ୍ୟରେ ଅସୁରକ୍ଷିତ, ତେବେ ସାଧାରଣ ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଅସାମାଜିକ ବ୍ୟକ୍ତି ଓ ସେମାନଙ୍କ କାର୍ଯ୍ୟକଳାପ ରୋକିବାରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା ଏବଂ ଏକପାଖିଆ ମନୋଭାବ ଏପରି ଘଟଣାକୁ ଆହୁରି ପ୍ରୋତ୍ସାହିତ କରୁଛି। ସରକାର ରାଜନୈତିକ ହିଂସାକୁ ପ୍ରୋତ୍ସାହିତ ନ କରି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ନବୀନ ଦାବି କରିଛନ୍ତି।
ରବିବାର ଶଙ୍ଖ ଭବନରେ ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ଭୃଗୁ ବକ୍ସିପାତ୍ର କହିଛନ୍ତି, ଘଟଣା ଘଟିବାର ୨ ଘଣ୍ଟା ପୂର୍ବରୁ ପ୍ରଣବ ଗଣ୍ଡଗୋଳ ଆଶଙ୍କାକରି ଯାଜପୁର ଏସ୍‌ପିିଙ୍କୁ ଜଣାଇଥିଲେ। ଏହାସହିତ ଘଟଣା ବେଳେ ଭିଡିଓ କଲ୍‌ କଲାପରେ ମଧ୍ୟ ତାଙ୍କଠାରୁ କୌଣସି ଉତ୍ତର ମିଳି ନ ଥିଲା। ରବିବାରର ଘଟଣାକୁ ମିଶାଇ ପ୍ରଣବଙ୍କ ଉପରେ ବିଧାୟକ ହିମାଂଶୁ ସାହୁଙ୍କ ଦ୍ୱାରା ପଞ୍ଚମଥର ଆକ୍ରମଣ ହୋଇଛି। ସ୍ଥାନୀୟ ପୋଲିସ ନିକଟରେ ଏନେଇ ମାମଲା ରୁଜୁ କଲାପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନାହିଁ ବୋଲି ସେ କହିଛନ୍ତି।
ନେତା ଦେବୀ ପ୍ରସାଦ ମିଶ୍ର କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଛି। ଯଦି ୪୮ ଘଣ୍ଟା ମଧ୍ୟରେ ଆକ୍ରମଣକାରୀଙ୍କୁ ଗିରଫ କରା ନ ଯାଏ, ତେବେ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri