କିନ୍ନରଙ୍କ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ରାଜ୍ୟ ମହାସଂଘ

ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଯାତ୍ରା କଳାକାର କିନ୍ନର ଅର୍ଚ୍ଚିତା ଓରଫ ଅଜିତ ବିଷୋୟୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ କିନ୍ନର ମହାସଂଘ ପକ୍ଷରୁ ଦାବି କରାଯାଇଛି। ରବିବାର ମହାସଂଘର ରାଜ୍ୟ ସଭାନେତ୍ରୀ ସ୍ବିଟି କୁମାରୀଙ୍କ ସମେତ ବହୁ ସଂଖ୍ୟକ କର୍ମକର୍ତ୍ତା ଦିଗପହଣ୍ଡି ଥାନାରେ ପହଞ୍ଚି ଆଇଆଇସି ପ୍ରଶାନ୍ତ କୁମାର ପାତ୍ରଙ୍କ ସହ ସବିଶେଷ ଆଲୋଚନା କରି ମୃତ୍ୟୁର ପ୍ରକୃତ କାରଣ ଖୋଜି ବାହାର କରିବା ସହ ନିରପେକ୍ଷ ତଦନ୍ତ ପାଇଁ ନିବେଦନ କରିଛନ୍ତି। ଯଦି ଏହାର ବ୍ୟତିକ୍ରମ କରାଯାଏ ତାହେଲେ ଉଚିତ ନ୍ୟାୟ ପାଇଁ କିନ୍ନର ମହାସଂଘ ରାଜରାସ୍ତାକୁ ଓହ୍ଲାଇବ ବୋଲି ରାଜ୍ୟ ସଭାନେତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ କିନ୍ନରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଶୁକ୍ରବାର ଦିଗପହଣ୍ଡି ଭୋଇ ସାହିର ଦଣ୍ଡନାଚ ଦଳ ଗ୍ରାମରେ ନାଚ ପରିବେଷଣ କରିଥିଲେ। ଉକ୍ତ ନାଚ ଦଳରେ ଅଜିତ ଚିତ୍ତାକର୍ଷକ ଅଭିନୟ କରୁଥିଲେ। ସନ୍ଧ୍ୟାରେ କୌଣସି କାରଣକୁ ନେଇ ଦଣ୍ଡନାଚ ଦଳର କିଛି ସହକର୍ମୀଙ୍କ ସହ ତାଙ୍କର ଯୁକ୍ତିତର୍କ ହୋଇଥିଲା। ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ଶନିବାର ସନ୍ଧ୍ୟାରେ ଗାଁରେ ପହଞ୍ଚିବା ପରେ କୋଟିନଡା ଗ୍ରାମର ବହୁ ସଂଖ୍ୟକ ବ୍ୟକ୍ତି ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟ ନିକଟରେ ତାଙ୍କ ମୃତଦେହ ରଖି ରାସ୍ତା ଅବରୋଧ କରିବା ପାଇଁ ଉଦ୍ୟମ କରିଥିଲେ। ଖବରପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ପରେ କୋଟିନଡ଼ା ଗ୍ରାମ ଶ୍ମଶାନରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସତ୍କାର କରାଯାଇଥିଲା। କିନ୍ନର ସଂଘର ବହୁ ସଦସ୍ୟ ଓ ଗ୍ରାମବାସୀ ଶ୍ମଶାନରେ ଉପସ୍ଥିତ ଥିଲେ। ତାଙ୍କ ପୁଅ ଜଣେ ଭଲ କଳାକାର ଥିଲେ। କୋଟିନଡ଼ା ଗାଁ ଲୋକଙ୍କ ସେ ପ୍ରିୟପାତ୍ର ଥିଲେ। ନିଷ୍ଠୁର ଚରିତ୍ରର ଲୋକମାନେ ତାଙ୍କୁ ଶେଷ କରିଦେଲେ ବୋଲି କୋହଭରା କଣ୍ଠରେ କହିଛନ୍ତି ଅଜିତଙ୍କ ବାପା ସରୋଜ ବିଷୋୟୀ। ପୁଅଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି କେସ୍‌ ନଂ.୧୪୧/୨୫ ଅନୁଯାୟୀ ହତ୍ୟା ମୋକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri