୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ

ଭଦ୍ରକ/ତିହିଡ଼ି,୧୫ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍‌ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ୭ ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ବ୍ଲକ୍‌ ଅଧୀନ ଆରସା ଗ୍ରାମର ଶରତ ମହାଳିକ (୩୪) ଓ ହାଟୁଆରି ଗ୍ରାମର ମୁନା ମଳିକ(୩୦)। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଆହତଙ୍କ ମଧ୍ୟରେ ଜଣେ ୨ ବର୍ଷର ଶିଶୁ ରହିଥିବା ଜଣାପଡ଼ିଛି।

ସୂଚନା ମୁତାବକ, ସୋମବାର ମହାବିଷୁବ ସଂକ୍ରାନ୍ତି ଅବସରରେ ବିଭିନ୍ନ ଗ୍ରାମରୁ ପାଟୁଆ ଦଳ ଶୋଭାଯାତ୍ରାରେ ତିହିଡ଼ିସ୍ଥିତି ମା’ କଣ୍ଟି ମଙ୍ଗଳପୀଠକୁ ଆସୁଥିଲେ। ଏକ ପାଟୁଆ ଦଳ ଡିଜେ ବଜାଇ ଶୋଭାଯାତ୍ରାରେ ଆସୁଥିଲା। ରାତି ପ୍ରାୟ ୧୦ଟା ମଧ୍ୟରେ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଡିଜେ ୧୧ କେଭି ତାର ସଂସ୍ପର୍ଶରେ ଆସିଥିଲା। ପାଟୁଆ ଯାତ୍ରା ଦେଖିବା ପାଇଁ ଆସିଥିବା ଶରତ ଓ ମୁନା ଡିଜେ ସଂସ୍ପର୍ଶରେ ଆସିଥିଲେ। ଦୁହିଁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଶରତଙ୍କ ସାଙ୍ଗରେ ଆସିଥିବା ୨ ଝିଅ ଏବଂ ମୁନାଙ୍କ ସାଙ୍ଗରେ ଆସିଥିବା ଝିଅଙ୍କ ସମେତ ୭ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।

ସମସ୍ତଙ୍କୁ ପ୍ରଥମେ ତିହିଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଡିଜେ ବହୁତ ଉଚ୍ଚ ଥିବା କାରଣରୁ ଅଘଟଣ ଘଟିଥିବା କୁହାଯାଉଛି। ମାତ୍ର ବିଦ୍ୟୁତ୍‌ ତାର ବି କମ୍‌ ଉଚ୍ଚତାରେ ଝୁଲି ରହିଥିବାରୁ ବିଭାଗର ଅବହେଳାକୁ ଦାୟୀକରି ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ମୁତୟନ ଅଛନ୍ତି। ଖବର ପାଇ ଜିଲାପାଳ ଦିଲୀପ ରାଉତରାଏ ମେଡ଼ିକାଲରେ ପହଞ୍ଚି ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିଛନ୍ତି। ଏଥିସହ ଡାକ୍ତରଙ୍କ ସହିତ ଆଲୋଚନା କରିଛନ୍ତି। ଘଟଣା ବିଷୟରେ ଅବଗତ ହେବା ପରେ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ

ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri