ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର, ଅପହରଣକାରୀ ଗିରଫ

ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ପୋଲିସ ଅପହରଣକାରୀଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି।

ସୂଚନା ଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟିବାଧିତ ମା’ଙ୍କ ପାଖରୁ ତାଙ୍କ ଦେଢ଼ବର୍ଷର ଶିଶୁପୁତ୍ରଙ୍କୁ ଚୋରି କରି ନିଆଯାଇଥିଲା। ପିଲାକୁ ହରାଇ ଭାଙ୍ଗିପଡ଼ିଥିବା ମା’ ଜୟନ୍ତୀ ମଲ୍ଲିକ ଏନେଇ ଖାରବେଳନଗର ଥାନାରେ ରବିବାର ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ଏତଲାକୁ ଆଧାର କରି ଏକ ଅପହରଣଜନିତ ମାମଲା (ନଂ.୧୬୨/୨୦୨୫) ରୁଜୁ କରି ତଦନ୍ତ ତଦନ୍ତ ଆରମ୍ଭ କରିଥିଲା। ଜୟନ୍ତୀଙ୍କୁ ଦେଖାଯାଉ ନ ଥିବାରୁ ଅଭିଯୁକ୍ତ ଜଣକ ଏହାର ସୁଯୋଗ ନେଇ ଏହି କାଣ୍ଡ ଭିଆଇଥିଲେ।

ସୂଚନା ଅନୁଯାୟୀ, ଏତଲାକାରୀ ଜୟନ୍ତୀଙ୍କ ଦୁଇ ସନ୍ତାନ। ବଡ଼ଝିଅ ସାଇନ୍‌ ୭ ବର୍ଷ ହୋଇଥିବାବେଳେ ବର୍ଷେ ୭ ମାସର ହୋଇଥିବା ସାନପୁଅ ଶୁଭମକୁ ଅପହରଣ କରାଯାଇଥିଲା। ଜୟନ୍ତୀ ନିଳାଦ୍ରୀ ବିହାରସ୍ଥିତ ଏକ କନ୍ୟାଶ୍ରମରେ ରହୁଥିବା ବେଳେ ଗତ ୫ବର୍ଷ ହେବ ରାମମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଛନ୍ତି। ଦିନରେ ଭିକ୍ଷାବୃତ୍ତି କରି ରାତିରେ କନ୍ୟାଶ୍ରମକୁ ଫେରିଯାଆନ୍ତି। ରବିବାର ରାତିରେ ବର୍ଷା ହେବାରୁ ଜୟନ୍ତୀ ଆଶ୍ରମକୁ ଫେରିପାରି ନ ଥିଲେ। ସେ ରାତିରେ ରାମମନ୍ଦିର ସାମ୍ନାରେ ରହିଯିବା ସହ ଦୁଇପିଲା ମଧ୍ୟ ତାଙ୍କ ପାଖରେ ଥିଲେ। ରାତି ପ୍ରାୟ ୧୨ଟା ବେଳେ ଜଣେ ବ୍ୟକ୍ତି ସେଠାକୁ ଆସି ସାନପୁଅ ସହ ଖେଳିଥିଲେ। ପୁଅକୁ କିଛି ଖାଦ୍ୟ ଦେବା ସହ ଜୁସ ମଧ୍ୟ ପିଇବାକୁ ଦେଇଥିଲେ। କୋଳକୁ ନେଇ ମୋବାଇଲ ଦେଖାଇଥିଲେ। ପିଲାଟି ମଧ୍ୟ ତାଙ୍କ ସହ ଖେଳିଥିଲା। ଏଭଳି ଦୁଇଘଣ୍ଟା ଧରି ଦୁର୍ବୃତ୍ତ ଜଣକ ପିଲା ସହ ହସିଖେଳି ସମୟ ବିତାଇଥିଲେ। ରାତି ପ୍ରାୟ ୨ଟା ବେଳେ ଜୟନ୍ତୀ ତାଙ୍କ ସାନପୁଅର ଡାକ ଶୁଣିବାକୁ ପାଇ ନ ଥିଲେ। ପରିବେଶ ଶୁନଶାନ ହୋଇଯିବାରୁ ଜୟନ୍ତୀ ସ୍ଥାନୀୟ ଲୋକଙ୍କୁ ଡାକ ପକାଇବା ସହ ପୋଲିସର ସାହାଯ୍ୟ ଲୋଡିଥିଲେ। ପୋଲିସ ଘଟଣାର ତଦନ୍ତ କରି ଶିଶୁପୁତ୍ରଙ୍କୁ ବାଲେଶ୍ୱରରୁ ଉଦ୍ଧାର କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri