ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି: ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ

ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ଏହି ଘଟଣାରେ ଏକ ବଡ଼ ରାକେଟ୍‌ କାମ କରୁଥିବା ସନ୍ଦେହ କରାଯାଉଛି। ଏପରି କି ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି ହୋଇଥିବା ଏକ ବଡ଼ ସୂଚନା ମିଳିଛି। ଖାସ୍‌ କରି କିଡନୀ ପାଇଁ ପିଲା ଚୋରି କରିଥିବା ଅଭିଯୋଗ ହେଉଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ କରିଛି। ପୋଲିସ ଉଭୟଙ୍କୁ ଅଧିକ ପଚରାଉଚରା କରୁଛି।

ସୂଚନା ଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟିବାଧିତ ମା’ଙ୍କ ପାଖରୁ ତାଙ୍କ ଦେଢ଼ବର୍ଷର ଶିଶୁପୁତ୍ରଙ୍କୁ ଚୋରି କରି ନିଆଯାଇଥିଲା। ପିଲାକୁ ହରାଇ ଭାଙ୍ଗିପଡ଼ିଥିବା ମା’ ଜୟନ୍ତୀ ମଲ୍ଲିକ ଏନେଇ ଖାରବେଳନଗର ଥାନାରେ ରବିବାର ଅଭିଯୋଗ କରିଥିଲେ। ପୋଲିସ ତାଙ୍କ ଏତଲାକୁ ଆଧାର କରି ଏକ ଅପହରଣଜନିତ ମାମଲା (ନଂ.୧୬୨/୨୦୨୫) ରୁଜୁ କରି ତଦନ୍ତ ତଦନ୍ତ ଆରମ୍ଭ କରିଥିଲା। ଜୟନ୍ତୀଙ୍କୁ ଦେଖାଯାଉ ନ ଥିବାରୁ ଅଭିଯୁକ୍ତ ଜଣକ ଏହାର ସୁଯୋଗ ନେଇ ଏହି କାଣ୍ଡ ଭିଆଇଥିଲେ।

ସୂଚନା ଅନୁଯାୟୀ, ଏତଲାକାରୀ ଜୟନ୍ତୀଙ୍କ ଦୁଇ ସନ୍ତାନ। ବଡ଼ଝିଅ ସାଇନ୍‌ ୭ ବର୍ଷ ହୋଇଥିବାବେଳେ ବର୍ଷେ ୭ ମାସର ହୋଇଥିବା ସାନପୁଅ ଶୁଭମକୁ ଅପହରଣ କରାଯାଇଥିଲା। ଜୟନ୍ତୀ ନିଳାଦ୍ରୀ ବିହାରସ୍ଥିତ ଏକ କନ୍ୟାଶ୍ରମରେ ରହୁଥିବା ବେଳେ ଗତ ୫ବର୍ଷ ହେବ ରାମମନ୍ଦିର ସାମ୍ନାରେ ଭିକ୍ଷାବୃତ୍ତି କରୁଛନ୍ତି। ଦିନରେ ଭିକ୍ଷାବୃତ୍ତି କରି ରାତିରେ କନ୍ୟାଶ୍ରମକୁ ଫେରିଯାଆନ୍ତି। ରବିବାର ରାତିରେ ବର୍ଷା ହେବାରୁ ଜୟନ୍ତୀ ଆଶ୍ରମକୁ ଫେରିପାରି ନ ଥିଲେ। ସେ ରାତିରେ ରାମମନ୍ଦିର ସାମ୍ନାରେ ରହିଯିବା ସହ ଦୁଇପିଲା ମଧ୍ୟ ତାଙ୍କ ପାଖରେ ଥିଲେ।

ରାତି ପ୍ରାୟ ୧୨ଟା ବେଳେ ଜଣେ ବ୍ୟକ୍ତି ସେଠାକୁ ଆସି ସାନପୁଅ ସହ ଖେଳିଥିଲେ। ପୁଅକୁ କିଛି ଖାଦ୍ୟ ଦେବା ସହ ଜୁସ ମଧ୍ୟ ପିଇବାକୁ ଦେଇଥିଲେ। କୋଳକୁ ନେଇ ମୋବାଇଲ ଦେଖାଇଥିଲେ। ପିଲାଟି ମଧ୍ୟ ତାଙ୍କ ସହ ଖେଳିଥିଲା। ଏଭଳି ଦୁଇଘଣ୍ଟା ଧରି ଦୁର୍ବୃତ୍ତ ଜଣକ ପିଲା ସହ ହସିଖେଳି ସମୟ ବିତାଇଥିଲେ। ରାତି ପ୍ରାୟ ୨ଟା ବେଳେ ଜୟନ୍ତୀ ତାଙ୍କ ସାନପୁଅର ଡାକ ଶୁଣିବାକୁ ପାଇ ନ ଥିଲେ। ପରିବେଶ ଶୁନଶାନ ହୋଇଯିବାରୁ ଜୟନ୍ତୀ ସ୍ଥାନୀୟ ଲୋକଙ୍କୁ ଡାକ ପକାଇବା ସହ ପୋଲିସର ସାହାଯ୍ୟ ଲୋଡିଥିଲେ। ପୋଲିସ ଘଟଣାର ତଦନ୍ତ କରି ଶିଶୁପୁତ୍ରଙ୍କୁ ବାଲେଶ୍ୱରରୁ ଉଦ୍ଧାର କରିଛି। ଶିଶୁପୁତ୍ର ଉଦ୍ଧାର ପରେ ମା’ଙ୍କ ମୁହିଁରେ ହସି ଫୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri