KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୪: KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଉତ୍କଳ ହସ୍ପିଟାଲ ନିକଟରେ ମହିଳାଙ୍କୁ ବସ୍‌ ଧକ୍କାଦେଇଥିଲା। ଘଟଣାସ୍ଥଳରେ ଚାପାଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଦୁର୍ଘଟଣା ଘଟାଇଥିବା ବିଶ୍ବବିଦ୍ୟାଳୟ ବସ୍‌ ଅଟକ ରଖାଯାଇଛି।
ପୂର୍ବରୁ କିଟ୍‌ରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିଲେ। ଜାହାକୁ ନେଇ ରାଜ୍ୟ ରାଜନୀତି ହଲଚଲ ହୋଇଯାଇଥିଲା। ସାରା ବିଶ୍ୱରେ ଓଡ଼ିଶାକୁ ନିନ୍ଦିତ ହେବାକୁ ପଡ଼ିଥିଲା।

 

KIITUniversity ରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଥିଲେ।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଥିଲା। ତେବେ ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଥିଲା। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

 

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଥିଲା। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଥିଲା। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି। ତେବେ ଏହାପରେ ସାରେ କିଟ୍‌ ପକ୍ଷରୁ ନୋଟିସ୍‌ ଜାରି କରାଯାଇ ଛାତ୍ରୀଛାତ୍ରମାନଙ୍କୁ ଫେରିଆସିବାକୁ ଅପିଲ୍‌ କରାଯାଇଛି। ଯେଉଁମାନେ ଯାଇଛନ୍ତି କିମ୍ବା ଯିବାକୁ ବସିଛନ୍ତି, ସେମାନେ ଫେରିବାକୁ କୁହାଯାଇଛି। ତେବେ କ୍ୟାମ୍ପସରେ ସ୍ଥିତି ସ୍ବାଭାବିକ ରହିବ ବୋଲି ନୋଟିସ୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri