Posted inଖେଳ

୧୬ ପିଲା…ପ୍ରେମିକଙ୍କ ପାଇଁ ବଡ଼ କାମ କଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୫।୪: ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା କ୍ରିକେଟରୁ ବିରତି ନେଇ ଏବେ ତାଙ୍କ ଜନ୍ମସ୍ଥାନ ସାଙ୍ଗଲିରେ ଛୁଟି କାଟୁଛନ୍ତି। ଏହାର ଟିକିନିକି ଅପ୍‌ଡେଟ୍‌ ସେ ତାଙ୍କ ଇନଷ୍ଟାଗ୍ରାମ ମାଧ୍ୟମରେ ଦେଉଛନ୍ତି। ଏହି ରହଣି ସମୟରେ ସେ ତାଙ୍କ ପ୍ରେମିକଙ୍କୁ ତାଙ୍କ କାମରେ ସାହାଯ୍ୟ କରୁଛନ୍ତି ।

ଭାରତୀୟ କ୍ରିକେଟର ସ୍ମୃତି ମନ୍ଧାନାଙ୍କ ପ୍ରେମିକ ହେଉଛନ୍ତି ପଳାଶ ମୁଚଲ। ପଳାଶ ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ଲେଖକ, ସଂଗୀତ ରଚୟିତା ଅର୍ଥାତ ସେ ବଲିଉଡ ସହିତ ଜଡିତ ଜଣେ ବହୁମୁଖୀ ପ୍ରତିଭାଶାଳୀ ବ୍ୟକ୍ତି। ତାଙ୍କର ପରବର୍ତ୍ତୀ ଫିଲ୍ମର ନାମ ହେଉଛି ମକତୁବ, ଯାହା ୧୬ ଜଣ ପିଲାଙ୍କ କାହାଣୀ। ସ୍ମୃତି ମନ୍ଧାନା ତାଙ୍କ ପ୍ରେମିକଙ୍କ ପାଇଁ ସେହି ଫିଲ୍ମର ପ୍ରଚାର ତାଙ୍କ ଇନଷ୍ଟାଗ୍ରାମ ମାଧ୍ୟମରେ କରିଛନ୍ତି।

୨୦୧୯ ମସିହାରୁ ସ୍ମୃତି ମନ୍ଧାନା ଏବଂ ପଳାଶ ସମ୍ପର୍କରେ ଅଛନ୍ତି। ସେମାନେ ଖୋଲାଖୋଲି ଭାବରେ ସେମାନଙ୍କର ସମ୍ପର୍କକୁ ପ୍ରକାଶ ମଧ୍ୟ କରିଛନ୍ତି। ଗତ ବର୍ଷ ହିଁ ସେମାନେ ସେମାନଙ୍କ ସମ୍ପର୍କର ୫ମ ବାର୍ଷିକୀ ପାଳନ କରିଥିଲେ ଏବଂ ଏକ କେକ ମଧ୍ୟ କାଟିଥିଲେ। ଉଭୟଙ୍କୁ ପ୍ରତ୍ୟେକ କାର୍ଯ୍ୟ ଏବଂ କାର୍ଯ୍ୟକ୍ରମରେ ଏକାଠି ଦେଖିବାକୁ ମିଳି ଆସୁଛି। ଏସବୁ ବ୍ୟତୀତ ଦୁହେଁ ପରସ୍ପରକୁ ଖୋଲାଖୋଲି ସSmriti Mandhana ମର୍ଥନ ମଧ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri