ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା ନାରୀ ର୍ନିଯାତନା, ହତ୍ୟା, ଦୁଷ୍କର୍ମ, ଅପହରଣ ଓ ନିଖୋଜ ଘଟଣାର ପ୍ରତିବାଦ ସୱରୂପ ମଶାଲ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । ଏହି କ୍ରମରେ ଜିଲା କଂଗ୍ରେସ କାର୍ଯ୍ୟାଳୟରୁ ଶତାଧିକ କଂଗ୍ରେସ କର୍ମୀ ମଶାଲ ଧରି ମହାତ୍ମା ଗାନ୍ଧୀ ଛକ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ। ଶେଷରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ପ୍ରତିବାଦ ସଭା ହୋଇଥିଲା। ଉପସ୍ଥିତ କର୍ମକର୍ତ୍ତାମାନେ ରାଜ୍ୟରେ ନାରୀ ନିର୍ଯାତନା ଯେଭଳି ଭାବରେ ବଢ଼ିଛି, ତାର ଉପରେ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ମଧ୍ୟ ବିଭିନ୍ନ ସ୍ଲୋଗାନ ଦେଇଥିଲେ । ରାଜ୍ୟ ସରକାର ଓଡ଼ିଶାରେ ନାରୀ ମାନଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ ବିଫଳ ହୋଇଥିବା ଅଭିଯୋଗ କରି ସରକାରଙ୍କୁ ସେମାନେ ସମାଲୋଚନା କରିଥିଲେ ।

ଜିଲା କଂଗ୍ରେସ କମିଟି ସଭାପତି ହରଦିପ ସିଂ, ଜିଲା କଂଗ୍ରେସ ପୂର୍ବତନ ସଭାପତି ଅନନ୍ତ ଶୟନ ପାଢ଼ୀ, ବରିଷ୍ଠ ନେତା ନିପନ ଦାଶ , ପର୍ଯ୍ୟବେକ୍ଷକ ଗୌନ୍ତିଆ ସାହୁ, ରବି ପଣ୍ଡା, ବରିଷ୍ଠ ନେତା ଅଶୋକ ଦାଶ, ନଗର କଂଗ୍ରେସ ସଭାପତି ସୁଧୀର ଜେନା, ବରଗଡ଼ ବ୍ଲକ କଂଗ୍ରେସ ସଭାପତି ଅନନ୍ତ ତାଣ୍ଡି, ସମ୍ପାଦକ ପ୍ରତାପ ନାୟକ, ଜିଲା ଯୁବ କଂଗ୍ରେସ ସଭାପତି ଅମିତ୍ ଆଚାର୍ଯ୍ୟ, ଜିଲା ଛାତ୍ର କଂଗ୍ରେସ ସଭାପତି ଗୌରବ ଆଜାଦ ପତି, ଜିଲା ମହିଳା କଂଗ୍ରେସ ସମ୍ପାଦିକା ନିଳୀମା ଅଗ୍ରୱାଲ, ଉମାକାନ୍ତ ଭୋଇ, ସନ୍ତୋଷ ସାହୁ, ପପ୍ପୁ କୁମ୍ଭାର, ଗୋବିନ୍ଦ ମେହେର, ଦେବୁ ସ୍ବାଇଁ, ରଜତ ପାତ୍ର, ସାହିଲ ଅନସାରି, ଭୋଜରାଜ ଦୋରା, ଗୋପ ପାଇକ, ବିମଳ ଛତର, ବିମଲ ଶିଖା, ନିତିସ ସୁନା, ଦିନେଶ ବେହେରା, ପିଙ୍କି ସିକା, ଆଶୁତୋଷ ପଣ୍ଡା, ଅତୃପ୍ତ ଭୋଇ, ନକୁଲ ଭୋଇ, ଅନନ୍ତ ଧଳ, ଗଣେଶ ନାଇଡ଼ୁ, ରାଜେଶ ପ୍ରଧାନ, ଟିଲି ଭୋଇ, ଅଜୟ ତିୱାରୀ, ହାଲି କୋସଲ ,ବବିତା ଗୁଆଲ, ରିଙ୍କୁ ମହାନନ୍ଦ , ସସ୍ମିତା ଲୁହା, ବିଦ୍ୟା ହାତୀ, ଭାବନା ତାଣ୍ଡି, ଗୀତା ବେହେରା, ଗୀତା ଜଗଦଲା, ମମତା ସାହୁ, ରିଙ୍କି ଜଗଦଳା, ଚୁମକି ସାହୁ, ଦିନେଶ ବେହେରା, ସାଗର, ପାଣ୍ଡେ, ପ୍ରମୁଖ ଉପସ୍ଥିତ ଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri