ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ ଘଟଣାରେ ପାଟପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଖାରିଗୁଡ଼ା ଗ୍ରାମର କାଳିଆ ନାୟକ। ଥାନା ମାମଲା ନଂ.୨୦୩/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସେହିପରି ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡରେ ପୋଲିସ ହାଜର କରିଛି। ଗ୍ରାମରେ ଯାତ୍ରା ଚାଲିଥିବାବେଳେ ଗ୍ରାମର ପୂର୍ଣ୍ଣ ଚନ୍ଦ୍ର ନାୟକ,ଅଜିତ ନାୟକ ଦୁଇ ଭାଇ ତାଙ୍କ ଭଉଣୀଙ୍କୁ ସାଙ୍ଗରେ ନେଇ ଯାତ୍ରା ଦେଖିବାକୁ ଯାଇଥିଲେ। କାଳିଆ ଏକ ପେଙ୍କାଳି ବଜାଇ ତାଙ୍କ ଭଉଣୀଙ୍କୁ କମେଣ୍ଟ ମାରିଥିଲେ। ପୂର୍ଣ୍ଣ ଓ ଅଜିତ ଦୁଇ ଭାଇ ପ୍ରତିବାଦ କରିବାରୁ କାଳିଆ ଏବଂ ନାବାଳକ ଜଣକ ଦୁଇ ଭାଇଙ୍କୁ ଆକ୍ରମଣ କରିଥିଲେ। କାଳିଆ ହାତରେ ପିନ୍ଧିଥିବା ଲୁହାବଳା ଅଜିତଙ୍କ ମୁଣ୍ଡକୁ ମାଡମାରି ରକ୍ତାକ୍ତ କରି ଦେଇଥିଲେ। ଖବର ପାଇ ପାଟପୁର ପୋଲିସ ଟିମ ଘଟଣା ସ୍ଥଳରେ ପହଞ୍ଚି ଅଜିତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଇଥିଲେ। ଏନେଇ ଏତଲା ହେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri